ମମତା ସରକାର ଦେଇଥିବା ଜମି ଫେରାଇଲେ ଏହି କ୍ରିକେଟର୍‌, ଭାଜପାରେ ଯୋଗଦେବା ନେଇ ଚର୍ଚ୍ଚା

କୋଲକତା,୨୫।୮: ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ସ୍କୁଲ ନିର୍ମାଣ ପାଇଁ ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କଠାରୁ ପାଇଥିବା ଜମି ଫେରସ୍ତ କରିଛନ୍ତି। ସୌରଭଙ୍କ ଏହି ପଦକ୍ଷେପ ତାଙ୍କ ଭାଜପାରେ ଯୋଗଦେବାର ଗୁଜବ ଆରମ୍ଭ କରିଛି। ସୂଚନାଯୋଗ୍ୟ ଯେ ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବ। ରାଜ୍ୟରେ ଭାଜପା ମୁଖ୍ୟମନ୍ତ୍ରୀ ପଦ ପାଇଁ ଉପଯୁକ୍ତ ଚେହେରା ଖୋଜୁଛି। ସୌରଭ ନିକଟରେ ନୱାନରେ ଥିବା ରାଜ୍ୟ ସଚିବାଳୟକୁ ଯାଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଥିଲେ। ସ୍କୁଲ ନିର୍ମାଣ ପାଇଁ ତାଙ୍କୁ ଦିଆଯାଇଥିବା ଦୁଇ ଏକର ଜମିକୁ ଫେରାଇ ଦେଇଥିଲେ। ସୂତ୍ରରୁ ପ୍ରକାଶ ଯେ ଶିକ୍ଷା ଓ କଲ୍ୟାଣ ସମିତି ଜମି ଫେରସ୍ତ ପାଇଁ ରାଜ୍ୟ ସରକାରଙ୍କୁ ଏକ ଚିଠି ପଠାଇଛି। ସୌରଭ ଗାଙ୍ଗୁଲି ଏହି ଅନୁଷ୍ଠାନର ସଭାପତି ଅଟନ୍ତି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ସୌରଭ ଗାଙ୍ଗୁଲିଙ୍କର ବହୁତ ଭଲ ସମ୍ପର୍କ ରହିଛି। ସୌରଭ ବେଙ୍ଗଲ କ୍ରିକେଟ ଆସୋସିଏସନର ସଭାପତି ହେବାରେ ମମତା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।
ଏଭଳି ପରିସ୍ଥିତିରେ ରାଜନୈତି ବିଶ୍ଳେଷକମାନେ କହିଛନ୍ତି ଯେ ସୌରଭ ଯେଉଁଭଳି ଭାବରେ ସରକାରଙ୍କୁ ଜମି ଫେରାଇ ଦେଇଛନ୍ତି, ତାହା ଭୁଲ ସଂକେତ ହୋଇପାରେ। ଏଥି ସହିତ ସୌରଭ ବିସିସିଆଇ ସଭାପତି ହେବାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ସରକାରଙ୍କ ଅନ୍ୟ ଦୁଇଜଣ ମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ଏହାହିଁ ସୌରଭଙ୍କ ଭାଜପାରେ ଯୋଗଦେବା ନେଇ କଳ୍ପନା ଜଳ୍ପନାର କାରଣ ହୋଇଛି। ତେବେ ରାଜନୀତିରେ ପ୍ରବେଶ କରିବାର କୌଣସି ଯୋଜନା ନାହିଁ ବୋଲି ସୌରଭ ଅନେକ ଥର ସ୍ପଷ୍ଟ ଭାବେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?