Posted inଜାତୀୟ

ଗୋଟିଏ ଦିନ ପରେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହେବେ ଗାଙ୍ଗୁଲି

କୋଲକତା,୫।୧: ହୃଦଘାତରେ ପୀଡିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଆସନ୍ତା ବୁଧବାର ଡାକ୍ତରଖାନାରୁ ଡିସଚାର୍ଜ ହେବେ। ଗାଙ୍ଗୁଲି ଉଡ୍‌ଲାଣ୍ଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କୁ ଚିକିତ୍ସା କରୁଥିବା ଡକ୍ଟର ରୁପାଲି ବସୁ ଆଜି ମଧ୍ୟାହ୍ନ ପ୍ରାୟ ୧୨ଟା ସମୟରେ ଗଣମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ଉଡ୍‌ଲାଣ୍ଡ ହସ୍ପିଟାଲର ଏମଡି ତଥା ସିଇଓ ଡାକ୍ତର ରୁପାଲି ବିଶ୍ୱାସ କରନ୍ତି ଯେ ୪୮ ବର୍ଷିୟ ସୌରଭ ଗାଙ୍ଗୁଲି ଦୁଇ ତିନି ସପ୍ତାହ ମଧ୍ୟରେ ପରବର୍ତ୍ତୀ ଚିକିତ୍ସା ପାଇଁ ପ୍ରସ୍ତୁତ ରହିବେ। ବୋଧହୁଏ ତାଙ୍କର ସେହି ସମୟରେ ଆଉ ଏକ ଆଞ୍ଜିଓପ୍ଲାଷ୍ଟି ହେବ। ସମ୍ପ୍ରତି ତାଙ୍କ ଅବସ୍ଥା ସ୍ଥିର ରହିଛି ଏବଂ ତାଙ୍କୁ ଆସନ୍ତାକାଲି ଡାକ୍ତରଖାନାରୁ ଡିସଚାର୍ଜ କରାଯିବ, ଯଦିଓ ଗାଙ୍ଗୁଲି ଘରେ ଚିକିତ୍ସିତ ହେବେ, ସେଠାରେ ତାଙ୍କୁ ପ୍ରତିଦିନ ପରୀକ୍ଷା କରାଯିବ। ଡାକ୍ତରମାନେ ତାଙ୍କ ସ୍ବସ୍ଥ୍ୟାବସ୍ଥା ଉପରେ ନିରନ୍ତର ନଜର ରଖିବେ। ଡାକ୍ତରଖାନା ଛାଡିବା ପରେ ଘରେ ମଧ୍ୟ ଉପଯୁକ୍ତ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri