Posted inଖେଳ

ଚାଲିଗଲେ ସୌରଭ ଗାଙ୍ଗୁଲିଙ୍କ ପିଲାଦିନର କୋଚ୍‌

କୋଲକାତା, ୩୦।୭: ଭାରତର ପ୍ରାକ୍ତନ ଅଧିନାୟକ ତଥା ବର୍ତ୍ତମାନ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ସଭାପତି ଥିବା ସୌରଭ ଗାଙ୍ଗୁଲିଙ୍କ ପିଲା ଦିନର କୋଚ୍‌ ଅଶୋକ ମୁସ୍ତାଫିଙ୍କ ପରଲୋକ ଘଟିଛି। ଦୀର୍ଘଦିନ ଧରି ଅସୁସ୍ଥ ଥିବା ଅଶୋକ ଗୁରୁବାର ସକାଳେ ହାର୍ଟ ଆଟାକ୍‌ରେ ମୃତ୍ୟୁବରଣ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ତାଙ୍କର ଏକମାତ୍ର ଝିଅ ଏବେ ଲଣ୍ଡନରେ ରହୁଛନ୍ତି। ଅଶୋକଙ୍କ ପରିବାର ପକ୍ଷରୁ ଖବର ସରବରାହ ସଂସ୍ଥା ପିଟିଆକୁ ଦିଆଯାଇଥିବା ସୂଚନା ମୁତାବକ, ‘ତାଙ୍କର ଦୀର୍ଘଦିନ ଧରି ହାର୍ଟ ସମସ୍ୟା ରହିଥିଲା। ଗତ ଏପ୍ରିଲରେ ମାସରେ ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।’ ଅଶୋକ ପ୍ରସିଦ୍ଧ ଦୁଃଖିରାମ କ୍ରିକେଟ୍‌ କୋଚିଂ ସେଣ୍ଟରର ପ୍ରଶିକ୍ଷକ ଥିଲେ। ଯାହାକି, ଆର୍ଯ୍ୟାନ କ୍ଲବ ଗ୍ୟାଲେରି ଅଧିନରେ ରହିଥିଲା। ଏକଦା ବେଙ୍ଗଲ କ୍ରିକେଟ୍‌ର ନର୍ସରୀ ଭାବେ ପରିଚିତ ଏହି ସେଣ୍ଟର ଏକ ଡର୍ଜନରୁ ଅଧିକ ରଣ୍‌ଜୀ ଖେଳାଳିଙ୍କୁ ସୃଷ୍ଟି କରିଥିଲା। ସେମାନଙ୍କ ମଧ୍ୟରେ ସୌରଭ ଗାଙ୍ଗୁଲି ପ୍ରମୁଖ ଥିଲେ। ଗାଙ୍ଗୁଲିଙ୍କ ବାପା ପ୍ରାରମ୍ଭିକ ସମୟରେ ତାଙ୍କୁ ପ୍ରଶିକ୍ଷଣ ପାଇଁ ଅଶୋକଙ୍କ ନିକଟକୁ ପଠାଇଥିଲେ। ଯେଉଁଠାରେ ଗାଙ୍ଗୁଲି ତାଙ୍କ ସାଙ୍ଗ ସଞ୍ଜୟ ଦାସଙ୍କ ସହ ଏକାଠି ଟ୍ରେନିଂ ନେଉଥିଲେ। ଗତ ମାସରେ ଅଶୋକଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ଥିବା ସମୟରେ ଗାଙ୍ଗୁଲି ଓ ତାଙ୍କ ସାଙ୍ଗ ସଞ୍ଜୟ ମିଶି ତାଙ୍କୁ ହସ୍ପିଟାଲାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?