କଳାପଥର ପରିବହନରେ ପ୍ରଦୂଷଣ ଉତ୍କଟ

ଯାଜପୁର ଅଫିସ/କବାଟବନ୍ଧ (ଡି.ଏନ୍‌.ଏ.),୧୩ା୫: ଯାଜପୁର ଜିଲା ଧର୍ମଶାଳା ତହସିଲର କଳାପଥର କେଳେଙ୍କାରୀ ସହ ବାୟୁ ପ୍ରଦୂଷଣ ଏବେ ଚରମସୀମାରେ ପହଞ୍ଚିଛି। ଜିଲା ପ୍ରଶାସନ ପକ୍ଷରୁ ଏଭଳି ଅନିୟମିତତା ଏବଂ ମନମାନିକୁ ନିୟନ୍ତ୍ରଣ କରିବାରେ ସେଭଳି କିଛି ଠୋସ୍‌ କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳ ହୋଇଛନ୍ତି। ଏହିକ୍ରମରେ ପ୍ରଦୂଷଣରେ ଅତିଷ୍ଠ ଅଞ୍ଚଳବାସୀ ଶୁକ୍ରବାର ରାସ୍ତାରୋକୋ ଭଳି କାର୍ଯ୍ୟପନ୍ଥା ଆପଣାଇଛନ୍ତି।
୫୩ ନମ୍ବର ଜାତୀୟ ରାଜପଥର ବରଡ଼ାଳ ଛକରୁ ତୁରଙ୍ଗ ରାସ୍ତାରେ ପ୍ରତିଦିନ ୩୦୦ରୁ ୪୦୦ ପର୍ଯ୍ୟନ୍ତ କଳାପଥର ବୋଝେଇ ଗାଡ଼ି ପରିବହନ ହେଉଛି। ଫଳରେ ଏହି ରାସ୍ତାରେ ଥିବା ମହିଶରା, ବରଡ଼ା, ଡଙ୍କାରୀ, ରମ୍ପେଇ, ରାହାଡ଼ପୁର ପ୍ରଭୃତି ଗ୍ରାମବାସୀ ବାୟୁ ପ୍ରଦୂଷଣର ଶିକାର ହେଉଛନ୍ତି। ଏହି ରାସ୍ତାଦେଇ ଯିବା ଆସିବା କରିବା ସାଧାରଣ ଲୋକଙ୍କ ପକ୍ଷେ ସହଜ ହୋଇପାରିନାହିଁ। ବାୟୁ ପ୍ରଦୂଷଣରେ ବିଭିନ୍ନ ରୋଗରେ ଲୋକେ ଆକ୍ରାନ୍ତ ହେଉଛନ୍ତି। ଛାତ୍ରୀଛାତ୍ରମାନେ ମଧ୍ୟ ବହୁଳ ଭାବେ କ୍ଷତିଗ୍ରସ୍ତ ହେଉଛନ୍ତି। ତେଣୁ ଆବଶ୍ୟକ ପାଣି ସିଞ୍ଚନ କରି ଗାଡ଼ି ଚଳାଚଳ କରିବାକୁ ଅଞ୍ଚଳବାସୀ ଦାବି କରି ଆସୁଥିଲେ ହେଁ କେହି ଶୁଣୁ ନାହାନ୍ତି। ଫଳରେ ଲୋକେ ବରଡା ଗ୍ରାମରେ ଅପରାହ୍ନ ୧ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଗାଡ଼ିଗୁଡିକୁ ଅଟକାଇଥିଲେ। ଏଥିଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ କଳାପଥର ବୋଝେଇ ଗାଡ଼ି ସହ ଅନ୍ୟ ଯାନବାହନ ଲମ୍ବାଧାଡିରେ ଠିଆ ହୋଇଥିଲା। ପ୍ରଶାସନ କିମ୍ବା କ୍ରଶର ମାଲିକ ସଂଘ ପକ୍ଷରୁ କେହି ଉପସ୍ଥିତ ନ ହେବାରୁ ଗଁା ଲୋକେ ଆନ୍ଦୋଳନରୁ ଓହରି ଯାଇଥିଲେ। ପରବର୍ତ୍ତୀ ସମୟରେ ଆନ୍ଦୋଳନକୁ ଆହୁରି ବ୍ୟାପକ କରାଯିବ ବୋଲି ପ୍ରଭାବିତ ଲୋକେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri