କଳାପଥର ପରିବହନରେ ପ୍ରଦୂଷଣ ଉତ୍କଟ

ଯାଜପୁର ଅଫିସ/କବାଟବନ୍ଧ (ଡି.ଏନ୍‌.ଏ.),୧୩ା୫: ଯାଜପୁର ଜିଲା ଧର୍ମଶାଳା ତହସିଲର କଳାପଥର କେଳେଙ୍କାରୀ ସହ ବାୟୁ ପ୍ରଦୂଷଣ ଏବେ ଚରମସୀମାରେ ପହଞ୍ଚିଛି। ଜିଲା ପ୍ରଶାସନ ପକ୍ଷରୁ ଏଭଳି ଅନିୟମିତତା ଏବଂ ମନମାନିକୁ ନିୟନ୍ତ୍ରଣ କରିବାରେ ସେଭଳି କିଛି ଠୋସ୍‌ କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳ ହୋଇଛନ୍ତି। ଏହିକ୍ରମରେ ପ୍ରଦୂଷଣରେ ଅତିଷ୍ଠ ଅଞ୍ଚଳବାସୀ ଶୁକ୍ରବାର ରାସ୍ତାରୋକୋ ଭଳି କାର୍ଯ୍ୟପନ୍ଥା ଆପଣାଇଛନ୍ତି।
୫୩ ନମ୍ବର ଜାତୀୟ ରାଜପଥର ବରଡ଼ାଳ ଛକରୁ ତୁରଙ୍ଗ ରାସ୍ତାରେ ପ୍ରତିଦିନ ୩୦୦ରୁ ୪୦୦ ପର୍ଯ୍ୟନ୍ତ କଳାପଥର ବୋଝେଇ ଗାଡ଼ି ପରିବହନ ହେଉଛି। ଫଳରେ ଏହି ରାସ୍ତାରେ ଥିବା ମହିଶରା, ବରଡ଼ା, ଡଙ୍କାରୀ, ରମ୍ପେଇ, ରାହାଡ଼ପୁର ପ୍ରଭୃତି ଗ୍ରାମବାସୀ ବାୟୁ ପ୍ରଦୂଷଣର ଶିକାର ହେଉଛନ୍ତି। ଏହି ରାସ୍ତାଦେଇ ଯିବା ଆସିବା କରିବା ସାଧାରଣ ଲୋକଙ୍କ ପକ୍ଷେ ସହଜ ହୋଇପାରିନାହିଁ। ବାୟୁ ପ୍ରଦୂଷଣରେ ବିଭିନ୍ନ ରୋଗରେ ଲୋକେ ଆକ୍ରାନ୍ତ ହେଉଛନ୍ତି। ଛାତ୍ରୀଛାତ୍ରମାନେ ମଧ୍ୟ ବହୁଳ ଭାବେ କ୍ଷତିଗ୍ରସ୍ତ ହେଉଛନ୍ତି। ତେଣୁ ଆବଶ୍ୟକ ପାଣି ସିଞ୍ଚନ କରି ଗାଡ଼ି ଚଳାଚଳ କରିବାକୁ ଅଞ୍ଚଳବାସୀ ଦାବି କରି ଆସୁଥିଲେ ହେଁ କେହି ଶୁଣୁ ନାହାନ୍ତି। ଫଳରେ ଲୋକେ ବରଡା ଗ୍ରାମରେ ଅପରାହ୍ନ ୧ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଗାଡ଼ିଗୁଡିକୁ ଅଟକାଇଥିଲେ। ଏଥିଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ କଳାପଥର ବୋଝେଇ ଗାଡ଼ି ସହ ଅନ୍ୟ ଯାନବାହନ ଲମ୍ବାଧାଡିରେ ଠିଆ ହୋଇଥିଲା। ପ୍ରଶାସନ କିମ୍ବା କ୍ରଶର ମାଲିକ ସଂଘ ପକ୍ଷରୁ କେହି ଉପସ୍ଥିତ ନ ହେବାରୁ ଗଁା ଲୋକେ ଆନ୍ଦୋଳନରୁ ଓହରି ଯାଇଥିଲେ। ପରବର୍ତ୍ତୀ ସମୟରେ ଆନ୍ଦୋଳନକୁ ଆହୁରି ବ୍ୟାପକ କରାଯିବ ବୋଲି ପ୍ରଭାବିତ ଲୋକେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri