ସୁପରଷ୍ଟାରଙ୍କ ଠାରୁ ଅଧିକ ଫିସ୍‌ ନେଇଥାନ୍ତି ଏହି ଅଭିନେତା

ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିର ସବୁଠାରୁ ଲୋକପ୍ରିୟ କଳାକାର ହେଉଛନ୍ତି ହାସ୍ୟ ଅଭିନେତା ବ୍ରହ୍ମାନନ୍ଦମ। ସାଉଥ୍‌ର ପ୍ରାୟ ସମସ୍ତ ସିନେମାରେ ଦେଖିବାକୁ ମିଳୁଥିବା ଏହି କମେଡି କଳାକାର ବ୍ରହ୍ମାନନ୍ଦମ ଟଲିଉଡ୍‌ର ସୁପରଷ୍ଟାରଙ୍କ ଠାରୁ ମଧ୍ୟ ଅଧିକ ଫିସ୍‌ ନେଇଥାନ୍ତି। ଆଜି ଏହି ଅଭିନେତା ନିଜର ୬୫ତମ ଜନ୍ମଦିନ ପାଳନ କରୁଛନ୍ତି।
୧ ଫେବୃୟାରୀ, ୧୯୫୬ରେ ଆନ୍ଧ୍ରପ୍ରଦେଶର ସାଟେନାପଲ୍ଲୀ ଜିଲା ମୁପଲ୍ଲା ଗାଁରେ ଜନ୍ମଗ୍ରହଣ କରିଥିଲେ ବ୍ରହ୍ମାନନ୍ଦମ । କୋଟି କୋଟି ଟଙ୍କାର ମାଲିକ ବ୍ରହ୍ମାନନ୍ଦମଙ୍କ ପିଲାଦିନ କଟିଥିଲା ଦରିଦ୍ର ମଧ୍ୟରେ। ପରିବାରରେ ସେ ହେଉଛନ୍ତି ଏକମାତ୍ର ବ୍ୟକ୍ତି ଯିଏକି ଏମ୍‌ଏ ପଢ଼ିଛନ୍ତି। ମାତ୍ର ତାଙ୍କର ଭାଗ୍ୟ ସେତିକିବେଳେ ଖେଲିଥିଲା ଯେତେବେଳେ ତେଲୁଗୁ ନିର୍ଦ୍ଦେଶକ ତାଙ୍କୁ ନିଜ ଫିଲ୍ମରେ ସୁଯୋଗ ଦେଇଥିଲେ। ଇତିମଧ୍ୟରେ ସେ ୧ ହଜାରରୁ ଊର୍ଦ୍ଧ୍ୱ ସେନେମାରେ କାମ କରିସାରିଛନ୍ତି।
ଖୁବ୍‌ କମ୍‌ ଲୋକ ଜାଣିଥିବେ ଯେ, ବ୍ରହ୍ମାନନ୍ଦମ ଅଭନୟ କରିବା ପୂର୍ବରୁ ଜଣେ ସ୍କୁଲ ଶିକ୍ଷକ ଥିଲେ। ମାତ୍ର ଅଭିନୟରେ ଆଗ୍ରହ ଯୋଗୁ ସେ ଶିକ୍ଷକତା ଛାଡିଦେଇଥିଲେ। ୧୯୮୫ ମସିହାରୁ ଆଜି ପର୍ଯ୍ୟନ୍ତ ସେ ଅଭିନୟ ଜାରି ରଖିଛନ୍ତି।
ବ୍ରହ୍ମାନନ୍ଦମ ଜଣେ କମେଡି କଳାକାର ହୋଇଥିଲେ ମଧ୍ୟ ତାଙ୍କର ଫିସ୍‌ କୌଣସି ସୁପରଷ୍ଟାରଙ୍କ ଠାରୁ କମ୍‌ ନୁହେଁ। ବିଗତ କିଛି ବର୍ଷ ହେବ ସାଉଥ୍‌ ଇଣ୍ଡିଆର ସବୁଠାରୁ ଅଧିକ ଆୟ କରୁଥିବା କଳାକାରଙ୍କ ତାଲିକାରେ ତାଙ୍କ ନାମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri