Posted inଖେଳ

ପ୍ରଥମ ଦିନରେ ଦକ୍ଷିଣ ଆଫ୍ରିକା ୩୧୪/୮

ସେଞ୍ଚୁରିଅନ୍‌,୧।୩: ସେଞ୍ଚୁରିଅନର ସୁପରସ୍ପୋର୍ଟ ପାର୍କରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଓପନର ଏଡେନ ମାରକ୍ରମଙ୍କ ଶତକ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦକ୍ଷିଣ ଆଫ୍ରିକା ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ୮ ଉଇକେଟ ହରାଇ ୩୧୪ ରନ୍‌ ସଂଗ୍ରହ କରିଛି। ଦୁଇ ଓପନର ଡିନ୍‌ ଏଲଗାର(୭୧) ଓ ମାରକ୍ରମ(୧୧୫) ଦଳକୁ ଏକ ଦୃଢ ଆରମ୍ଭ ପ୍ରଦାନ କରିଥିଲେ। ଉଭୟ ପ୍ରଥମ ଉଇକେଟରେ ୧୩୯ ରନ୍‌ ଯୋଡିଥିଲେ। ଏଲ୍‌ଗାର ୧୧୮ ବଲ ଖେଳି ୧୧ ଚୌକା ମାରିଥିଲେ। ପରବର୍ତ୍ତୀ ବ୍ୟାଟର ଟୋନି ଜୋର୍ଜି(୨୮), ଟେମ୍ବା ବାଭୁମା(୦), କିଗାନ ପିଟରସନ(୧୪) ଓ ହେନରିଚ୍‌ କ୍ଲାସେନ୍‌ (୨୦) ବଡ ସ୍କୋର କରିବାରେ ବିଫଳ ହୋଇଥିଲେ। ଦଳୀୟ ସ୍କୋର ୨୩୬ ରନରେ ମାରକ୍ରମ ୧୧୫ ରନ୍‌ କରି ପ୍ୟାଭିଲିୟନ ଫେରିଥିଲେ। ଏହି ଇନିଂସରେ ସେ ୧୭୪ ବଲ୍‌ ଖେଳି ୧୮ ଚୌକା ମାରିଥିଲେ। ଷ୍ଟମ୍ପ ଅପସାରଣ ବେଳକୁ ମାର୍କୋ ଜାନସେନ୍‌ ୧୭ ଓ ଜେରାଲ୍ଡ କୋଏଟଜି ୭ ରନରେ ଅପରାଜିତ ଅଛନ୍ତି। ଓ୍ବେଷ୍ଟଇଣ୍ଡିଜ ପକ୍ଷର ଆଲଜାରି ଯୋଶେଫ ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ଜାସନ ହୋଲ୍ଡର, କେମାର ରୋଚ୍‌, ଶାନନ ଗାବ୍ରିଏଲ ଓ କାଇଲ ମେୟର୍ସ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ- ୮୨ ଓଭରରେ ୩୧୪/୮ ( ଏଡେନ ମାରକ୍ରମ-୧୧୫, ଡିନ୍‌ ଏଲଗାର-୭୧, ଟୋନି ଜୋର୍ଜି-୨୮, ଆଲଜାରି ଯୋଶେଫ୍‌-୩/୬୦, ଶାନନ ଗାବ୍ରିଏଲ-୧/୪୯, କାଇଲ ମେୟର୍ସ-୧/୨୩)।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?