Posted inଖେଳ

୨୭.୧ ଓଭରରେ ଦକ୍ଷିଣ ଆଫ୍ରିକା ଅଲ୍‌ ଆଉଟ, ଟିମ୍‌ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୧୦୦…

ନୂଆଦିଲ୍ଲୀ,୧୧।୧୦ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ତୃତୀୟ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଉଭୟ ଦଳ ବର୍ତ୍ତମାନ ସିରିଜରେ ୧-୧ରେ ବିଜୟୀ ହୋଇଛନ୍ତି। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୭.୧ ଓଭରରେ ଦକ୍ଷିଣ ଆଫ୍ରିକା ଅଲ୍‌ ଆଉଟ ହୋଇ ୯୯ ରନ କରିଛି। ଫଳରେ ଭାରତ ପାଇଁ ୧୦୦ରନର ବିଜୟ ଲକ୍ଷ୍ୟ ରହିଛି।

ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ଡେଭିଡ ମିଲରଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକା ଦଳ ବ୍ୟାଟିଂ ଆରମ୍ଭ କରି ଭାରତୀୟ ବୋଲରଙ୍କ ସାମ୍ନା କରି ପାରିନଥିଲା।

୨୦୧୯ ବିଶ୍ୱକପ ପରଠାରୁ ଏକଦିବସୀୟରେ ଏହା ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର। ମୋଟ ଉପରେ, ଏହା ଦକ୍ଷିଣ ଆଫ୍ରିକାର ଚତୁର୍ଥ ସର୍ବନିମ୍ନ ସ୍କୋର। ଦଳ ପକ୍ଷରୁ ହେନରିଚ କ୍ଲାସେନ ସର୍ବାଧିକ ୩୪ ରନ ସଂଗ୍ରହ କରିଥିଲେ। ୟେନେମାନ ମାଲାନ ୧୫ ରନ ଏବଂ ମାର୍କୋ ଜାନସନ ୧୪ ରନ କରି ଡବଲ ଫିଗର ଛୁଇଁ ପାରିଥିଲେ। କୁଲଦୀପ ଯାଦବ ଭାରତ ପାଇଁ ସର୍ବାଧିକ ଚାରିଟି ୱିକେଟ ନେଇଥିଲେ। ଏହା ବ୍ୟତୀତ ଶାହବାଜ ଅହମ୍ମଦ, ମହମ୍ମଦ ସିରାଜ ଏବଂ ୱାଶିଂଟନ ସୁନ୍ଦର ପ୍ରତ୍ୟେକ ଦୁଇଟି ଲେଖାଏଁ ୱିକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ଆଜି ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ବର୍ଷା ବିଗାଡ଼ି ପାରେ ମ୍ୟାଚ୍‌

ଗୌହାଟି,୩୦।୩: ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ସୋମବାର IPL 2026ରେ ସେମାନଙ୍କ ଅଭିଯାନ ଆରମ୍ଭ କରିବେ। ଏହି ମୁକାବିଲା ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri