Posted inଖେଳ

୧୪୯ ରନରେ ବାଂଲାଦେଶକୁ ପରାଜିତ କଲା ଦକ୍ଷିଣ ଆଫ୍ରିକା…

ମୁମ୍ବାଇ,୨୪।୧୦ : ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ କ୍ରିକେଟ ୨୦୨୩ର ୨୩ତମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୫ ଓ୍ବିକେଟରେ ବାଂଲାଦେଶକୁ ପରାଜିତ କରିଛି। ଧାର୍ଯ୍ୟ ୩୮୩ ରନର ପିଛା କରି ବାଂଲାଦେଶ ୪୬.୪ ଓଭରରେ ୧୦ ଓ୍ବିକେଟ ହରାଇ ୨୩୩ ରନ କରିଥିଲା। ଏହା ସହିତ ଟିମ ବାଂଲାଦେଶ ୧୪୯ ରନରେ ପରାଜିତ ହୋଇଛି।
ବାଂଲାଦେଶ ପକ୍ଷରୁ ଲିଟନ ଦାସ ୨୨ ରନ କରିଥିବାବେଳେ ମହମ୍ମଦୁଲା ୧୧୧ ରନ, ନାସୁମ ଅହମଦ ୧୯, ହାସନ ମହମୂଦ ୧୫ ରନ କରିଥିଲେ।

ଦକ୍ଷିଣ ଆଫ୍ରିକା ଅଧିନାୟକ ଆଡେନ ମାର୍କମ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ବାଂଲାଦେଶ ଅଧିନାୟକ ଶାକିବ ଅଲ ହାସନଙ୍କ ନେତୃତ୍ୱରେ ଦଳ ବୋଲିଂ ଆରମ୍ଭ କରିଥିଲା।
ଦକ୍ଷିଣ ଆଫ୍ରିକା ଧାର୍ଯ୍ୟ ୫୦ ଓଭରରେ ୫ ଓ୍ବିକେଟ ହରାଇ ୩୮୨ ରନ କରିଛି। ଫଳରେ ବାଂଲାଦେଶ ପାଇଁ ବିଜୟ ଲକ୍ଷ୍ୟ ୩୮୩ ରନ ରହିଛି। ଦକ୍ଷିଣ ଆଫ୍ରିକା ପକ୍ଷରୁ କ୍ୱିଣ୍ଟୋ ଡି କକ ୧୭୪ ରନ କରିଥିବାବେଳେ ଆଡେନ ମାର୍କମ ୬୦, ହେନରିଚ କ୍ଲାସେନ ୯୦, ଡେଭିଡ ମିଲର ଅପରାଜିତ ୩୪ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Oil-LPG Crisis: ତୈଳ ପରିବହନ ଖର୍ଚ୍ଚ ନଅ ଗୁଣ ବୃଦ୍ଧି ପାଇଛି; ଦେଶ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି

ନୂଆଦିଲ୍ଲୀ,୨୫।୬: ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାର ରିପୋର୍ଟ ମଧ୍ୟରେ, ଏକ ନୂତନ ସମସ୍ୟା ଦେଖାଦେଇଛି। ଯୁଦ୍ଧବିରତି ପରେ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକର ଗତି ଦ୍ରୁତ…

କାନାଡ଼ାକୁ ହରାଇ ଗ୍ରୁପ୍‌-ବି’ ଶୀଷର୍ର୍ରେ ସୁଇଜରଲାଣ୍ଡ

ଭାଙ୍କୋଭର,୨୫ା୬: ରୁବେନ ଭର୍ଗାସ ଓ ଜୋହାନ ମାଜାମ୍ବିଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ୨-୧ ଗୋଲରେ କାନାଡାକୁ ପରାସ୍ତ କରିଛି। ଏହି ବିଜୟ ସହ ସୁଇଜରଲାଣ୍ଡ ଗ୍ରୁପ୍‌-ବି’ ଟପ୍ପର…

VIDEO: କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ରାତାରାତି ଫେମଶ କରିଦେଲା FIFA ଓ୍ବାର୍ଲଡ କପ

ନୂଆଦିଲ୍ଲୀ,୨୫।୬: ୨୦୨୬ ଫିଫା ବିଶ୍ୱକପରେ ଖେଳାଳିମାନେ ପଡ଼ିଆରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ, ଷ୍ଟାଣ୍ଡରେ କିଛି ପ୍ରଶଂସକ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଦର୍ଶକଙ୍କ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri