Posted inଖେଳ

କୋଲକାତା ଟେଷ୍ଟ ହାରିଲା ଟିମ୍‌ ଇଣ୍ଡିଆ, ଭାରତ ୯୩ ରନ୍‌ରେ ଅଲ୍‌ଆଉଟ୍

କୋଲକାତା,୧୬ା୧୧: ଇଡେନ୍ ଗାର୍ଡେନ୍ସରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ୍‌ ଇଣ୍ଡିଆକୁ ଶୋଚନୀୟ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ମାତ୍ର ୧୨୪ ରନ୍‌ର ଲକ୍ଷ୍ୟ ପିଛା କରି ନପାରି ଭାରତୀୟ ଦଳ ଦ୍ୱିତୀୟ ଇନିଂସରେ ୯୩ ରନ୍‌ରେ ଅଲ୍‌ଆଉଟ୍ ହୋଇଯାଇଥିଲା। ଫଳରେ ଟେମ୍ବା ବାଭୁମାଙ୍କ ନେତୃତ୍ୱାଧୀନ ଦକ୍ଷିଣ ଆଫ୍ରିକା ଏହି ମ୍ୟାଚ୍‌କୁ ୩୦ ରନ୍‌ରେ ଜିତି ନେଇଛି।

ଏହି ବିଜୟ ସହ ଦକ୍ଷିଣ ଆଫ୍ରିକା ୧୫ ବର୍ଷ ପରେ ଭାରତ ମାଟିରେ ଟେଷ୍ଟ ମ୍ୟାଚ୍‌ ଜିତିବାର ରେକର୍ଡ କରିଛି। ଏହା ସହିତ ୨୦୧୨ ମସିହା ପରେ କୋଲକାତାରେ ଭାରତର ଏହା ପ୍ରଥମ ପରାଜୟ।

ଭାରତ ପିଛା କରି ହାରିଥିବା ଟେଷ୍ଟ ଇତିହାସର ଏହା ଦ୍ୱିତୀୟ ସର୍ବନିମ୍ନ ଲକ୍ଷ୍ୟ ଅଟେ। ଏହା ପୂର୍ବରୁ ୧୯୯୭ରେ ଭାରତ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ୧୨୦ ରନ୍‌ର ଲକ୍ଷ୍ୟ ହାସଲ କରିପାରି ନଥିଲା।

ମ୍ୟାଚ୍‌ରେ ଭାରତୀୟ ବ୍ୟାଟରଙ୍କ ପ୍ରଦର୍ଶନ ଅତ୍ୟନ୍ତ ଶୋଚନୀୟ ରହିଥିଲା। ଓପନର ଯଶସ୍ୱୀ ଜୟସ୍ୱାଲ୍ ଏବଂ କେ.ଏଲ୍ ରାହୁଲ୍ ମାତ୍ର ୧ ରନ୍‌ରେ ଆଉଟ୍ ହୋଇଯାଇଥିଲେ। ଉପ-ଅଧିନାୟକ ଋଷଭ ପନ୍ତ ମଧ୍ୟ ଫେଲ୍ ମାରିଥିଲେ। ବେକରେ ଆଘାତ ଯୋଗୁଁ ମ୍ୟାଚ୍ ମଝିରେ ବାଦ୍ ପଡ଼ିଥିବା ଅଧିନାୟକ ଶୁଭମନ ଗିଲ୍‌ଙ୍କ ଅନୁପସ୍ଥିତି ଦଳକୁ ଅନୁଭବ ହୋଇଥିଲା।

ଦକ୍ଷିଣ ଆଫ୍ରିକାର ସ୍ପିନର ସାଇମନ୍ ହାରମର ଉଭୟ ଇନିଂସରେ ୪ଟି ଲେଖାଏଁ ୱିକେଟ୍ ନେଇ ମୋଟ ୮/୫୧ ପ୍ରଦର୍ଶନ କରି ‘ପ୍ଲେୟାର୍ ଅଫ୍ ଦି ମ୍ୟାଚ୍’ ପୁରସ୍କାର ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri