ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ୧୧୭ ରନ୍ରେ ଅଲ୍ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍ର ବିଜୟ ଟାର୍ଗେଟ ରଖିଛି ଦକ୍ଷିଣ ଆଫ୍ରିକା।
ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଦକ୍ଷିଣ ଆଫ୍ରିକା ବ୍ୟାଟିଂ ଆରମ୍ଭ କରିଥିଲା। ଦକ୍ଷିଣ ଆଫ୍ରିକା ଆରମ୍ଭରୁ ଉଇକେଟ ହରାଇ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳ ପକ୍ଷରୁ ଅଧିନାୟକ ଆଇଡେନ ମାର୍କରାମ ଲଢୁଆ ବ୍ୟାଟିଂ କରି ୬୧ ରନର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ସେହିପରି ଡୋନୋଭନ ଫରେରା ୨୦ ରନ୍ କରିବାରେ ସକ୍ଷମ ହୋଇଥିଲେ।
ଭାରତ ପକ୍ଷରୁ ହର୍ଷିତ ରାଣା, ବରୁଣ ଚକ୍ରବର୍ତ୍ତୀ, କୂଳଦୀପ ଯାଦବ ଏବଂ ଅର୍ଶଦୀପ ସିଂ ୨ଟି ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ। ସେହିପରି ଶିବମ୍ ଦୁବେ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।