Posted inଖେଳ

ସେମିଫାଇନାଲରେ ଆଫଗାନିସ୍ତାନର ଆଶା ଧୂଳିସାତ, ଫାଇନାଲରେ ପ୍ରବେଶ କରି ଇତିହାସ ରଚିଲା ଦକ୍ଷିଣ ଆଫ୍ରିକା 

ତ୍ରିନିଦାଦ,୨୭।୬: ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରି ଇତିହାସ ରଚିଛି ଦକ୍ଷିଣ ଆଫ୍ରିକା। ଗୁରୁବାର ଆଫଗାନିସ୍ତାନ ବିପକ୍ଷରେ ଦଳ ପ୍ରଥମ ସେମିଫାଇନାଲରେ ପ୍ରତିଦ୍ୱନ୍ଦ୍ୱିତା କରି ବିଜୟୀ ହୋଇଛି। ଫଳରେ ଆଫଗାନିସ୍ତାନର ଫାଇନାଲ ଖେଳିବା ଆଶା ଧୂଳିସାତ ହୋଇଛି।
ସେମିଫାଇନାଲରେ ଆଫଗାନିସ୍ତାନ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ  ଦଳ ୨୦ ଓଭର ଖେଳିପାରି ନ ଥିଲା। ମାତ୍ର ୧୧.୫ ଓଭରରେ ୫୬ ରନ୍‌ କରି ଅଲଆଉଟ୍‌ ହୋଇଯାଇଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୮.୫ ଓଭରରେ ୧ ଉଇକେଟ ହରାଇ ୬୦ ରନ୍‌ କରିବାରେ ସଫଳ ହୋଇଥିଲା। ଫଳରେ ମ୍ୟାଚ୍‌କୁ ଦଳ ୬୭ ବଲ୍‌ ଥାଇ ୯ ଉଇକେଟରେ ଜିତି ନେଇଛି। ଟି୨୦ ଅନ୍ତର୍ଜାତୀୟ ମୁକାବିଲାରେ ଏହା ଦଳର ସବୁଠାରୁ ବଡ଼ ବିଜୟ ବୋଲି କୁହାଯାଉଛି। ଏହାପୂର୍ବରୁ ଦକ୍ଷିଣ ଆଫ୍ରିକା ୨୦୦୭ରେ ୫୧ ବଲ୍‌ ଥାଇ ପାକିସ୍ତାନକୁ ହରାଇଥିଲା।
ପ୍ରକାଶ ଯେ, ଆଫଗାନିସ୍ତାନ ଓ ଦକ୍ଷିଣ ଆଫ୍ରିକା ଦଳ କେବେ ହେଲେ ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରି ନ ଥିବା ବେଳେ ଏକ ଆକର୍ଷଣୀୟ ମ୍ୟାଚ୍‌ ଦେଖିବାକୁ ମିଳିଛି। ଦକ୍ଷିଣ ଆଫ୍ରିକା ତୃତୀୟ ଥର ସେମି ଫାଇନାଲରେ ପ୍ରବେଶ କରିଥିବା ବେଳେ ଇତିହାସ ସୃଷ୍ଟି କରି ପ୍ରଥମ ଥର ସେମିରେ ପ୍ରବେଶ କରିଥିଲା ଆଫଗାନିସ୍ତାନ। ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ଭଳି ଶକ୍ତିଶାଳୀ ଦଳକୁ ପରାସ୍ତ କରି ଆଗକୁ ଆସିଥିବା ଆଫଗାନିସ୍ତାନ ଏହି ମ୍ୟାଚ୍‌ ଜିତି ଆଉ ଏକ ବିପର୍ଯ୍ୟୟ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଥିଲା। ହେଲେ ଦଳର ଆଶା ଅଧାରେ ରହିଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri