ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାକୁ ନେଇ ଶୁଭେଚ୍ଛା ଜଣାଇଲେ ଦକ୍ଷିଣ ଆଫ୍ରିକା କ୍ରିକେଟର

ନୂଆଦିଲ୍ଲୀ,୨୧।୧: ଭାରତ ସମେତ ସମଗ୍ର ବିଶ୍ୱର ଆଖି ୨୨ ଜାନୁଆରୀରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ଅଯୋଧ୍ୟା ଉପରେ ରହିବ। ଜାନୁୟାରୀ ୨୨, ୨୦୨୪ରେ, ମର୍ଯ୍ୟାଦା ପୁରୁଷୋତ୍ତମ ରାମଙ୍କ ଜନ୍ମସ୍ଥାନ ଅଯୋଧ୍ୟାରେ ଇତିହାସ ସୃଷ୍ଟି ହେବାକୁ ଯାଉଛି। ସୋମବାର ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।
ଏହି ସମୟରେ ଦକ୍ଷିଣ ଆଫ୍ରିକାର ପୂର୍ବତନ କ୍ରିକେଟର ଭାରତୀୟ ପ୍ରଶଂସକଙ୍କୁ ରାମ ମନ୍ଦିରର ଉଦଘାଟନ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସୂଚନାନୁସାରେ କ୍ରିକେଟର କେଶବ ମହାରାଜଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯେଉଁଥିରେ ସେ ଅଭିନନ୍ଦନ ଜଣାଉଥିବା ଦେଖାଯାଉଛି।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ କେଶବ ମହାରାଜ କହିଛନ୍ତି, ସମସ୍ତଙ୍କୁ ନମସ୍କାର ଏବଂ ମୁଁ ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ପାଇଁ ଆଫ୍ରିକାରେ ରହୁଥିବା ଭାରତୀୟ ସମ୍ପ୍ରଦାୟକୁ ଅଭିନନ୍ଦନ ଜଣାଉଛି। ଏହା ଆପଣଙ୍କ ଜୀବନରେ ଅନେକ ସୁଖ ଆଣିପାରେ। ଜୟ ଶ୍ରୀ ରାମ।
ସୂଚନାଯୋଗ୍ୟ, କେଶବ ମହାରାଜଙ୍କ ପୂର୍ବପୁରୁଷମାନେ ଭାରତର ବାସିନ୍ଦା ଥିଲେ। ଉତ୍ତରପ୍ରଦେଶର ସୁଲତାନପୁର ସହିତ ତାଙ୍କର ଗଭୀର ସମ୍ପର୍କ ଥିଲା। ଏକ ସାକ୍ଷାତକାରରେ ନିଜେ କେଶବ ମହାରାଜଙ୍କ ପିତା ଏହା ପ୍ରକାଶ କରିଛନ୍ତି। ତାଙ୍କ ପିତା ଅତ୍ମାନନ୍ଦ ମହାରାଜ କହିଥିଲେ ଯେ ତାଙ୍କ ପୂର୍ବଜ ସୁଲତପୁର ଛାଡି ୧୮୭୪ରେ ଚାକିରି ଖୋଜିବା ପାଇଁ ଦକ୍ଷିଣ ଆଫ୍ରିକା ଯାଇଥିଲେ। ଏହା ସତ୍ତ୍ୱେ କେଶବ ମହାରାଜ ତାଙ୍କର ହିନ୍ଦୁ ରୀତିନୀତି ଛାଡି ନାହାଁନ୍ତି।
କେଶବ ମହାରାଜ ବଜରଙ୍ଗ ବାଲି ଅର୍ଥାତ ହନୁମାନଙ୍କର ଜଣେ ଭକ୍ତ। ବଜରଙ୍ଗ ବାଲିରେ ତାଙ୍କର ଅଦମ୍ୟ ବିଶ୍ୱାସ ରହିଛି। ଯେତେବେଳେ ବି ସେ ବ୍ୟାଟିଂ କରିବାକୁ ପଡ଼ିଆକୁ ଆସନ୍ତି, ପ୍ରାୟତଃ ଦେଖାଯାଏ ଯେ ରାମ ସିୟା ରାମ ଗୀତ ଗାଇ ଖେଳିବା ଆରମ୍ଭ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri