Posted inଖେଳ

ଗୋଟିଏ ଦିନରେ ୧୭ ଉଇକେଟ ପତନ

ଲଣ୍ଡନ, ୧୧ା୯(ଏପି): ଓଭାଲଠାରେ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତୃତୀୟ ତଥା ନିର୍ଣ୍ଣାୟକ କ୍ରିକେଟ ଟେଷ୍ଟ ମ୍ୟାଚର ତୃତୀୟ ଦିବସରେ ୧୭ଟି ଉଇକେଟର ପତନ ଘଟିଛି। ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୩୬.୨ ଓଭର ଖେଳି ମାତ୍ର ୧୧୮ ରନ କରି ଅଲ୍‌ଆଉଟ ହୋଇଯାଇଥିଲା। ଓଲି ରବିନ୍‌ସନ ୫ ଓ ଷ୍ଟୁଆର୍ଟ ବ୍ରଡ୍‌ ୪ ଉଇକେଟ ନେଇ ଭ୍ରମଣକାରୀ ଦଳର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ଜବାବରେ ଇଂଲଣ୍ଡ ଖରାପ ଆଲୋକ ଯୋଗୁ ତୃତୀୟ ଦିବସ ଖେଳ ସ୍ଥଗିତ ରଖାଯିବା ବେଳକୁ ୩୩.୪ ଓଭରରେ ୭ ଉଇକେଟ ବିନିମୟରେ ୧୫୪ ରନ କରିଥିଲା। ଆଉଟ ହୋଇଥିବା ବ୍ୟାଟରମାନଙ୍କ ମଧ୍ୟରେ ଓଲିପୋପ୍‌ ସର୍ବାଧିକ ୬୭ ରନ କରିଛନ୍ତି। ଦକ୍ଷିଣ ଆଫ୍ରିକାର ସଫଳ ବୋଲର ମାର୍କୋ ଜାନ୍‌ସେନ୍‌ ୩୪ ରନ ଦେଇ ୪ ଉଇକେଟ ଅକ୍ତିଆର କରିଛନ୍ତି। ମ୍ୟାଚର ପ୍ରଥମ ଦିବସ ଖେଳ ବର୍ଷା ଯୋଗୁ ସମ୍ଭବପର ନ ଥିଲା। ରାଣୀ ଏଲିଜାବେଥ-୨ଙ୍କ ଦେହାନ୍ତ ଯୋଗୁ ତାଙ୍କୁ ସମ୍ମାନ ଜଣାଇ ଦ୍ୱିତୀୟ ଦିବସ ଖେଳକୁ ବାତିଲ କରାଯାଇଥିଲା। ପୂର୍ବରୁ ଉଭୟ ଦଳ ଗୋଟିଏ ଗୋଟିଏ ମ୍ୟାଚ ଜିତି ଥିବାରୁ ୩ ମ୍ୟାଚ ବିଶିଷ୍ଟ ସିରିଜ ୧-୧ ସ୍ତରରେ ରହିଛି। ଶନିବାର ଉଭୟ ଦଳର ଖେଳାଳି କଳା ଆର୍ମବ୍ୟାଣ୍ଡ ପରିଧାନ କରି ପଡ଼ିଆକୁ ଓହ୍ଲାଇଥିଲେ। ରାଣୀଙ୍କୁ ସମ୍ମାନ ଜଣାଇ ୧ ମିନିଟ ନୀରବ ପ୍ରାର୍ଥନା ପରେ ଖେଳ ଆରମ୍ଭ କରାଯାଇଥିଲା।
ସଂକ୍ଷିପ୍ତ ସ୍କୋର
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ: ୩୬.୨ ଓଭରରେ ୧୧୮/ ଅଲ୍‌ଆଉଟ (ମାର୍କୋ ଜାନ୍‌ସେନ୍‌-୩୦; ଓଲି ରବିନ୍‌ସନ-୫/୪୯, ଷ୍ଟୁଆର୍ଟ ବ୍ରଡ୍‌-୪/୪୧)।
ଇଂଲଣ୍ଡ ପ୍ରଥମ ଇନିଂସ: ୩୩.୪ ଓଭରରେ ୧୫୪/୭ (ଓଲି ପୋପ୍‌-୬୭, ଜୋ ରୁଟ୍‌-୨୩; ମାର୍କୋ ଜାନ୍‌ସେନ-୪/୩୪, କାଗିସୋ ରାବାଡା-୨/୭୮)।


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri