ନୂଆ ଭାରିଏଣ୍ଟ ଚିହ୍ନିବାରୁ ମିଳିଲା ଦଣ୍ଡ: ଦକ୍ଷିଣ ଆଫ୍ରିକା

କେପଟାଉନ,୨୮ ।୧୧: କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଥିବା ବେଳେ ଏବେ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଛି କରୋନା ଭାଇରସର ନୂଆ ଭାରିଏଣ୍ଟ ‘ଓମିକ୍ରନ’ । ଏହି ଭାରିଏଣ୍ଟ ସବୁଠାରୁ ମାରାତ୍ମକ ବୋଲି କୁହାଯାଉଛି । ଏହାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ବି ଚେତାବନୀ ଦେଇଛି । ଏହି ଭାରିଏଣ୍ଟ ଖୁବ୍‌ଶୀଘ୍ର ବ୍ୟାପୁଥିବାରୁ ଏବେ ଓମିକ୍ରନକୁ ନେଇ ଚିନ୍ତା ବଢିଯାଇଛି । ଓମିକ୍ରନ ଯେପରି ନ ବ୍ୟାପିବ ଏହାକୁ ଦୃଷ୍ଟିରେ ରଖି ଏବେ କିଛି ଦେଶ ଦକ୍ଷିଣ ଆଫ୍ରିକାକୁ ବିମାନ ସେବା ବନ୍ଦ କରି ଦେଇଛନ୍ତି । ଏପଟେ ଏହାକୁ ନେଇ ଶନିବାର ଦକ୍ଷିଣ ଆଫ୍ରିକା ଅଭିଯୋଗ କରିଛି ଯେ ନୂଆ ଷ୍ଟ୍ରେନ ଚିହ୍ନଟ କରିଥିବାରୁ ତାକୁ ଏବେ ଦଣ୍ଡ ମିଳୁଛି । ପୂର୍ବରୁ ଅନ୍ୟ ଦେଶରେ କରୋନାର ନୂଆ ଭାରିଏଣ୍ଟ ଚିହ୍ନଟ ହୋଇଥିଲେ ମଧ୍ୟ ଏଭଳି ପଦକ୍ଷେପ ନିଆଯାଇ ନ ଥିବା ସେ ଅଭିଯୋଗ କରିଛି । ତେବେ ଓମିକ୍ରନ ଭାରିଏଣ୍ଟ ଡେଲଟା ଭାରିଏଣ୍ଟ ଠାରୁ ବହୁପରିମାଣରେ କ୍ଷତିକାରକ ହୋଇଥିବାରୁ ଏବେ ଏହାକୁ ନେଇ ସାରା ବିଶ୍ୱର ବିଶେଷଜ୍ଞମାନେ ଚିନ୍ତାରେ ପଡିଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri