Posted inଖେଳ

ଦକ୍ଷିଣ ଆଫ୍ରିକା ପାଇଁ ୨୦୨୩ ବିଶ୍ୱକପ୍‌ ଯୋଗ୍ୟତା ହାସଲ କରିବା କଷ୍ଟକର

ସେଞ୍ଚୁରିଆନ,୨୫।୩: ନିକଟରେ ବାଂଲାଦେଶଠାରୁ ୨-୧ରେ ଦିନିକିଆ ସିରିଜ୍‌ ପରାସ୍ତ ହୋଇଛି ଦକ୍ଷିଣ ଆଫ୍ରିକା। ତେବେ ଏହି ସିରିଜ୍‌ ପରାଜୟ ଯୋଗୁ ଆଗାମୀ ବିଶ୍ୱକପ୍‌ ଲାଗି ଯୋଗ୍ୟତା ହାସଲ କରିବା ପାଇଁ ଦକ୍ଷିଣ ଆଫ୍ରିକା ସଂଘର୍ଷ କରିବାକୁ ପଡ଼ିବ। ୨୦୨୩ ଅକ୍ଟୋବର ଏବଂ ନଭେମ୍ବରରେ ଭାରତରେ ହେବାକୁ ଅଛି ଦିନିକିଆ ବିଶ୍ୱକପ୍‌। ଏହି ଇଭେଣ୍ଟରେ ଅଂଶଗ୍ରହଣ କରିବା ପାଇଁ ଦକ୍ଷିଣ ଆଫ୍ରିକାକୁ ତା’ର ବଳକା ସିରିଜ୍‌ରେ ଭଲ ପ୍ରଦର୍ଶନ କରିବାକୁ ପଡ଼ିବ।

ବାଂଲାଦେଶଠାରୁ ସିରିଜ୍‌ ହାରିବା ପରେ ଦକ୍ଷିଣ ଆଫ୍ରିକା ବିଶ୍ୱକପ୍‌ ସୁପର ଲିଗ୍‌ରେ ୯ମ ସ୍ଥାନକୁ ଖସି ଆସିଛି। ୨୦୨୩ ବିଶ୍ୱକପ୍‌ରେ ଆୟୋଜକ ଭାରତ ସମେତ କେବଳ ୮ ଦଳ ସିଧାସଳଖ ଯୋଗ୍ୟତା ଅର୍ଜନ କରିବେ। ବିଶ୍ୱକପ୍‌ ପୂର୍ବରୁ ହେବାକୁ ଥିବା ଯୋଗ୍ୟତା ପର୍ଯ୍ୟାୟରୁ କେବଳ ୨ ଦଳ ମୁଖ୍ୟ ପର୍ଯ୍ୟାୟକୁ ଉନ୍ନୀତ ହେବେ।

“ବିପଦ ଘଣ୍ଟି ବାଜି ସାରିଛି। ଆମେ ନିଜକୁ ଚାପରେ ପକାଇଛୁ। ବାଂଲାଦେଶ ବିପକ୍ଷରେ ଆମ ଦଳ ପୂରା ଶୋଇ ପଡ଼ିଥିଲା। ଆମକୁ ଉନ୍ନତ ପ୍ରଦର୍ଶନ କରିବାକୁ ପଡ଼ିବ। କିନ୍ତୁ ସିଧାସଳଖ ଯୋଗ୍ୟତା ଏବେ ବି ସମ୍ଭବ” ବୋଲି କହିଛନ୍ତି ଦକ୍ଷିଣ ଆଫ୍ରିକାର ମୁଖ୍ୟ କୋଚ୍‌ ମାର୍କ ବାଉଚର। ତେବେ ପ୍ରୋଟିଜ ଦଳ ସେମାନଙ୍କ ୧୩ ସୁପର ଲିଗ୍‌ ସିରିଜ୍‌ ମଧ୍ୟରୁ ମାତ୍ର ୪ଟି ଜିତିଛି। ଏଭଳି ପରିସ୍ଥିତିରେ ବିଶ୍ୱକପ୍‌ ଯୋଗ୍ୟତା ହାସଲ କରିବା ପାଇଁ ଦକ୍ଷିଣ ଆଫ୍ରିକାକୁ ବଳକା ୩ ସିରିଜ୍‌ରେ ଭଲ ପ୍ରଦର୍ଶନ କରିବାକୁ ପଡ଼ିବ। କିନ୍ତୁ ଏହି ୩ ସିରିଜ୍‌ରେ ଦଳକୁ ଇଂଲଣ୍ଡ, ଭାରତ ଏବଂ ଅଷ୍ଟ୍ରେଲିଆ ଭଳି ଶକ୍ତିଶାଳୀ ଦଳକୁ ଭେଟିବାର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?