Posted inଖେଳ

ଦକ୍ଷିଣ ଆଫ୍ରିକା ସେମିରେ

କେପ୍‌ଟାଉନ୍‌,୨୩ା୨(ପି.ଟି.): ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ମହିଳା ଟି୨୦ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି ଆୟୋଜକ ଦଳ। ଅନ୍ତିମ ଗ୍ରୁପ୍‌ ମ୍ୟାଚରେ ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଅଷ୍ଟ୍ରେଲିଆ ପଛକୁ ଦ୍ୱିତୀୟ ସ୍ଥାନରେ ରହି ସେମି ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛି ଦକ୍ଷିଣ ଆଫ୍ରିକା। ଏହା ସହିତ ସୁନ୍‌ ଲୁସଙ୍କ ଦଳ ଆଫ୍ରିକୀୟ ଇତିହାସରେ ପ୍ରଥମ ଥର ଆୟୋକ ଭାବରେ ଟପ୍‌-୪ରେ ସାମିଲ ହୋଇଛିି। ଗ୍ରୁପ୍‌ ଏ’ରେ ଶ୍ରୀଲଙ୍କା ଓ ନ୍ୟୁଜିଲାଣ୍ଡ ସହିତ ସମାନ ୪ ପଏଣ୍ଟ ହାସଲ କରିଥିଲେ ହେଁ ଉନ୍ନତ ରନ୍‌ ରେଟ ଆଧାରରେ ଦକ୍ଷିଣ ଆଫ୍ରିକା ସେମିକୁ ଉନ୍ନୀତ ହୋଇଛି। ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ୧୧୩ ରନରେ ଅଲ୍‌ଆଉଟ ହୋଇଥିବା ବେଳେ ୧୩ ବଲ୍‌ ବାକି ଥାଇ ବିନା କ୍ଷତିରେ ମ୍ୟାଚ୍‌ ଜିତିଥିଲା ଘରୋଇ ଦଳ। ବାଂଲାଦେଶ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିଲା। ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ବେଳେ ନିଗାର ସୁଲତାନା ଜ୍ୟୋତି (୩୦) ଓ ଶୋଭନା ମୋଷ୍ଟାରି (୨୭) ଉପଯୋଗୀ ବ୍ୟାଟିଂ କରିଥିଲେ। ବାଂଲାଦେଶ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ହରାଇ ୧୧୩ ରନ୍‌ କରିଥିଲା। ମାରିଜେନ୍‌ କାପ୍‌ ଓ ଆୟୋବୋଙ୍ଗା ଖାଖା ଦୁଇଟି ଲେଖାଏ ଉଇକେଟ ନେଇଥିବା ବେଳେ ଶବନିମ୍‌ ଇସ୍‌ମାଇଲ ଓ ଏନ୍‌ ମାଲବା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଲୌରା ଲୌରା ଓଲ୍‌ଭାଡର୍ଟ (୬୬*) ଓ ଟାଜ୍‌ମିନ୍‌ ବ୍ରିଟ୍‌ସ (୫୦*)ଙ୍କ ଅପରାଜିତ ଅର୍ଦ୍ଧଶତକ ବଳରେ ୧୦ ଉଇକେଟରେ ମ୍ୟାଚ ଜିତି ନେଇଥିଲା ଦକ୍ଷିଣ ଆଫ୍ରିକା। ଲୌରା ୫୬ ବଲ୍‌ ଖେଳି ୭ ଚୌକା ଓ ୧ ଛକା ମାରିଥିବା ବେଳେ ଟାଜ୍‌ମିନ୍‌ ୫୧ ବଲ୍‌ରୁ ୪ ଚୌକା ମାରିଥିଲେ। ଲୌରା ଓଲ୍‌ଭାଡର୍ଟଙ୍କୁ ପ୍ଲେୟର୍‌ ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା।
ସଂକ୍ଷିପ୍ତ ସ୍କୋର
ବାଂଲାଦେଶ ୨୦ ଓଭରରେ ୧୧୩/୬ (ନିଗାର ସୁଲତାନା ଜ୍ୟୋତି-୩୦, ଶୋଭନା ମୋଷ୍ଟାରି-୨୭, ମାରିଜେନ୍‌ କାପ୍‌-୨/୧୭,ଆୟୋବୋଙ୍ଗା ଖାଖା-୨/୨୧)। ଦକ୍ଷିଣ ଆଫ୍ରିକା ୧୭.୫ ଓଭରରେ ୧୧୭/୦ (ଲୌରା ଓଲ୍‌ଭାଡର୍ଟ-୬୬*, ଟାଜ୍‌ମିନ୍‌ ବ୍ରିଟ୍‌ସ-୫୦*)।


Enter your email to get our daily news in your inbox.

All Right Reserved By Dharitri.Com

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?