Posted inଖେଳ

ପାକିସ୍ତାନକୁ ହରାଇ ବିଶ୍ୱ ଟେଷ୍ଟ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ, ୨୯।୧୨: ଚମତ୍କାର ପ୍ରଦର୍ଶନ କରି ବିଶ୍ୱ ଟେଷ୍ଟ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ପ୍ରବେଶ କରିଛି ଦକ୍ଷିଣ ଆଫ୍ରିକା। ଟ୍ୱେମ୍ବା ଭୁଭାମାଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକା ସେଞ୍ଚୁରିଆନରେ ପାକିସ୍ତାନକୁ ଦୁଇ ଉଇକେଟରେ ହରାଇ ଏହି ସଫଳତା ହାସଲ କରିଛି। ଏହି ମ୍ୟାଚରେ ଜିତିବା ପାଇଁ ଦକ୍ଷିଣ ଆଫ୍ରିକା ଆଗରେ ୧୪୮ ରନର ଟାର୍ଗେଟ ଥିଲା। ଯାହାକୁ ଦକ୍ଷିଣ ଆଫ୍ରିକା ସଂଘର୍ଷ କରି ହାସଲ କରିଛି।

ଟାର୍ଗେଟକୁ ପିଛା କରି ଦକ୍ଷିଣ ଆଫ୍ରିକା ଗୋଟିଏ ସମୟରେ ୯୯ ରନରେ ୮ ଉଇକେଟ ହରାଇ ସଂକଟରେ ପଡିଥିଲା। କିନ୍ତୁ ଶେଷ ଭାଗରେ ଜାନସେନ ଏବଂ କାଗିସୋ ରା଼ବାଡାଙ୍କ ଅପରାଜିତ ୫୧ ରନର ପାର୍ଟନରସିପ ପାକିସ୍ତାନ ମୁହଁରୁ ବିଜୟ ଛଡାଇ ଆଣିଥିଲା। ରା଼ବାଡା ୩୧ ଏବଂ ଜାନସେନ ୧୬ ରନ କରି ନଟ ଆଉଟ ରହିଥିଲେ।

ଦ୍ରୁତ ବୋଲର ମହମ୍ମଦ ଆବାସ ଦ୍ୱିତୀୟ ଇନିଂସରେ 6 ଉଇକେଟ ନେଇ ପାକିସ୍ତାନକୁ ବିଜୟ କରିବାକୁ ଚେଷ୍ଟା କରିଥିଲେ, କିନ୍ତୁ ଜାନସେନ ଏବଂ ରା଼ବାଡା ତାଙ୍କର ସମସ୍ତ ପରିଶ୍ରମରେ ପାଣିରେ ପକାଇଦେଇଥିଲେ। ଏବେ ଦୁଇ ଟିମ୍ ମଧ୍ୟରେ ସିରିଜର ଦ୍ୱିତୀୟ ବା ଶେଷ ମ୍ୟାଚ 3 ଜାନୁଆରୀରୁ କେପଟାଉନରେ ଖେଳାଯିବ।

ଦକ୍ଷିଣ ଆଫ୍ରିକା ୨୦୨୩-୨୫ ​​ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ର ଫାଇନାଲରେ ପ୍ରବେଶ କରିଥିବା ବେଳେ ଅନ୍ୟ ଏକ ଦଳର ଅପେକ୍ଷା ରହିଛି। ବର୍ତ୍ତମାନ ତିନିଟି ଦଳ ଗୋଟିଏ ସ୍ଥାନ ପାଇଁ ରେସରେ ରହିଛନ୍ତି। ଏଥି ମଧ୍ୟରେ ଭାରତ, ଅଷ୍ଟ୍ରେଲିଆ ଏବଂ ଶ୍ରୀଲଙ୍କା ସାମିଲ ଅଛନ୍ତି। ନ୍ୟୁଜିଲ୍ୟାଣ୍ଡ, ଇଂଲଣ୍ଡ, ପାକିସ୍ଥାନ, ବାଂଲାଦେଶ ଏବଂ ୱେଷ୍ଟଇଣ୍ଡିଜ୍ ଫାଇନାଲ ପାଇଁ ପୂର୍ବରୁ ବାଦ ପଡି ସାରିଛନ୍ତି। ବିଶ୍ୱ ଟେଷ୍ଟ ଚାମ୍ପିୟନ୍ସର ଫାଇନାଲ୍ ଆସନ୍ତା ବର୍ଷ ଜୁନ୍ ୧୧-୧୫ ରୁ ଇଂଲଣ୍ଡର ଲଡ୍ସରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri