Posted inଖେଳ

ପାକିସ୍ତାନକୁ ହରାଇ ବିଶ୍ୱ ଟେଷ୍ଟ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ, ୨୯।୧୨: ଚମତ୍କାର ପ୍ରଦର୍ଶନ କରି ବିଶ୍ୱ ଟେଷ୍ଟ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ପ୍ରବେଶ କରିଛି ଦକ୍ଷିଣ ଆଫ୍ରିକା। ଟ୍ୱେମ୍ବା ଭୁଭାମାଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକା ସେଞ୍ଚୁରିଆନରେ ପାକିସ୍ତାନକୁ ଦୁଇ ଉଇକେଟରେ ହରାଇ ଏହି ସଫଳତା ହାସଲ କରିଛି। ଏହି ମ୍ୟାଚରେ ଜିତିବା ପାଇଁ ଦକ୍ଷିଣ ଆଫ୍ରିକା ଆଗରେ ୧୪୮ ରନର ଟାର୍ଗେଟ ଥିଲା। ଯାହାକୁ ଦକ୍ଷିଣ ଆଫ୍ରିକା ସଂଘର୍ଷ କରି ହାସଲ କରିଛି।

ଟାର୍ଗେଟକୁ ପିଛା କରି ଦକ୍ଷିଣ ଆଫ୍ରିକା ଗୋଟିଏ ସମୟରେ ୯୯ ରନରେ ୮ ଉଇକେଟ ହରାଇ ସଂକଟରେ ପଡିଥିଲା। କିନ୍ତୁ ଶେଷ ଭାଗରେ ଜାନସେନ ଏବଂ କାଗିସୋ ରା଼ବାଡାଙ୍କ ଅପରାଜିତ ୫୧ ରନର ପାର୍ଟନରସିପ ପାକିସ୍ତାନ ମୁହଁରୁ ବିଜୟ ଛଡାଇ ଆଣିଥିଲା। ରା଼ବାଡା ୩୧ ଏବଂ ଜାନସେନ ୧୬ ରନ କରି ନଟ ଆଉଟ ରହିଥିଲେ।

ଦ୍ରୁତ ବୋଲର ମହମ୍ମଦ ଆବାସ ଦ୍ୱିତୀୟ ଇନିଂସରେ 6 ଉଇକେଟ ନେଇ ପାକିସ୍ତାନକୁ ବିଜୟ କରିବାକୁ ଚେଷ୍ଟା କରିଥିଲେ, କିନ୍ତୁ ଜାନସେନ ଏବଂ ରା଼ବାଡା ତାଙ୍କର ସମସ୍ତ ପରିଶ୍ରମରେ ପାଣିରେ ପକାଇଦେଇଥିଲେ। ଏବେ ଦୁଇ ଟିମ୍ ମଧ୍ୟରେ ସିରିଜର ଦ୍ୱିତୀୟ ବା ଶେଷ ମ୍ୟାଚ 3 ଜାନୁଆରୀରୁ କେପଟାଉନରେ ଖେଳାଯିବ।

ଦକ୍ଷିଣ ଆଫ୍ରିକା ୨୦୨୩-୨୫ ​​ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ର ଫାଇନାଲରେ ପ୍ରବେଶ କରିଥିବା ବେଳେ ଅନ୍ୟ ଏକ ଦଳର ଅପେକ୍ଷା ରହିଛି। ବର୍ତ୍ତମାନ ତିନିଟି ଦଳ ଗୋଟିଏ ସ୍ଥାନ ପାଇଁ ରେସରେ ରହିଛନ୍ତି। ଏଥି ମଧ୍ୟରେ ଭାରତ, ଅଷ୍ଟ୍ରେଲିଆ ଏବଂ ଶ୍ରୀଲଙ୍କା ସାମିଲ ଅଛନ୍ତି। ନ୍ୟୁଜିଲ୍ୟାଣ୍ଡ, ଇଂଲଣ୍ଡ, ପାକିସ୍ଥାନ, ବାଂଲାଦେଶ ଏବଂ ୱେଷ୍ଟଇଣ୍ଡିଜ୍ ଫାଇନାଲ ପାଇଁ ପୂର୍ବରୁ ବାଦ ପଡି ସାରିଛନ୍ତି। ବିଶ୍ୱ ଟେଷ୍ଟ ଚାମ୍ପିୟନ୍ସର ଫାଇନାଲ୍ ଆସନ୍ତା ବର୍ଷ ଜୁନ୍ ୧୧-୧୫ ରୁ ଇଂଲଣ୍ଡର ଲଡ୍ସରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri