ଦକ୍ଷିଣ ଆଫ୍ରିକାରୁ ହଟିଲା ନାଇଟ୍ କର୍ଫ୍ୟୁ: ସର୍ବପ୍ରଥମେ ଏଠାରେ ଚିହ୍ନଟ ହୋଇଥିଲା ଓମିକ୍ରନ୍‌

କେପଟାଉନ,୩୧ ।୧୨: ଗୋଟିଏ ପଟେ ସାରା ବିଶ୍ୱରେ କରୋନା ଓ ଓମିକ୍ରନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ଦକ୍ଷିଣ ଆଫ୍ରିକାରେ ନାଇଟ କର୍ଫ୍ୟୁକୁ ଉଠାଇ ଦିଆଯାଇଛି । ସର୍ବପ୍ରଥମେ ଦକ୍ଷିଣ ଆଫ୍ରିକାରେ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ଚିହ୍ନଟ କରାଯାଇଥିବା ବେଳେ ଏବେ ଏଠାରେ ସଂକ୍ରମଣ ହାର କମି ଯାଇଥିବା କୁହାଯାଉଛି । କୁହାଯାଉଛି କି ଦକ୍ଷିଣ ଆଫ୍ରିକାରେ କରୋନାର ଚତୁର୍ଥ ଲହର ଶେଷ ହାଇଗଲାଣି । ତେଣୁ ଏବେ ଆଉ ଭୟ କରିବାର କୌଣସି କାରଣ ନାହିଁ । ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ବୟାନ ଅନୁଯାୟୀ, ଦେଶରେ ଟିକାକରଣ ଓ ସ୍ୱାସ୍ଥ୍ୟ ସୁବିଧା ଆଧାରରେ ନାଇଟ କର୍ଫ୍ୟୁକୁ ହଟାଇ ଦିଆଯାଇଛି । ତେବେ ୨୫ ଡିସେମ୍ବରରୁ ଦକ୍ଷିଣ ଆଫ୍ରିକାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୨୯.୭ ପ୍ରତିଶତ କମ୍ ହୋଇଯାଇଥିବାରୁ ଅନେକ କଟକଣାକୁ ହଟାଇ ଦିଆଯାଇଛି । ଏହାସହ ଦକ୍ଷିଣ ଆଫ୍ରିକାରେ ଆନ୍ଦୋଳନ ଉପରୁ ବି ପ୍ରତିବନ୍ଧକ ହଟାଇ ଦିଆଯାଇଛି । ବନ୍ଦ ସ୍ଥାନରେ ୧୦୦୦ ଓ ଖୋଲା ସ୍ଥାନରେ ୨୦୦୦ଲୋକ ଏକାଠି ହୋଇପାରିବାକୁ ଅନୁମତି ପ୍ରଦାନ କରାଯାଇଛି । ପୁଣି ମଦ ଦୋକାନ ରାତି ୧୧ଟା ପରେ ଖୋଲିବାକୁ ଅନୁମତି ମିଳିଛି । ହେଲେ ଜନଗହଳି ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?