Posted inଖେଳ

ଫାଇନାଲ ଖେଳିବେ ଭାରତ-ନ୍ୟୁଜିଲାଣ୍ଡ, ଶେଷ ଯାଏ ଲଢ଼ି ବି ହାରିଗଲା…

ଲାହୋର,୫।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଫାଇନାଲକୁ ଗଲା ନ୍ୟୁଜିଲାଣ୍ଡ। ବୁଧବାର ଦକ୍ଷିଣ ଆଫ୍ରିକା ବିରୋଧରେ ଖେଳିଥିବା ଦ୍ୱିତୀୟ ସେମିଫାଇନାଲରେ ଜବରଦସ୍ତ ପ୍ରଦର୍ଶନ କରି ଦଳ ଫାଇନାଲରେ ପ୍ରବେଶ କରିଛି। ଶେଷ ଯାଏ ଲଢ଼ିବା ସତ୍ତ୍ୱେ ଦକ୍ଷିଣ ଆଫ୍ରିକା ଶେଷରେ ୫୦ ରନ୍‌ରେ ହାର୍‌ ମାନିଛି। ଏବେ ନ୍ୟୁଜିଲାଣ୍ଡ ଭାରତୀୟ ଟିମ୍‌ ସହ ଫାଇନାଲ ଖେଳିବ। ଏହି ମ୍ୟାଚ୍‌ ଦୁବାଇରେ ଅନୁଷ୍ଠିତ ହେବ।

ଲାହୋର ଗଦ୍ଦାଫି ଷ୍ଟାଡିୟମରେ ଖେଳାଯାଇଥିବା ଏହି ନିର୍ଣ୍ଣାୟକ ମୁକାବିଲାରେ ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ପାହାଡ଼ ଭଳି ସ୍କୋର ଛିଡ଼ା କରିଥିଲା। ନିର୍ଦ୍ଧାରିତ ୫୦ ଓଭରରେ ଦଳ ୬ ଉଇକେଟ ହରାଇ ୩୬୨ ରନ୍‌ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୫୦ ଓଭରରେ ୯ ଉଇକେଟ ହରାଇ ୩୧୨ ରନ୍‌ କରିପାରିଥିଲା।

ନ୍ୟୁଜିଲାଣ୍ଡ ପକ୍ଷରୁ ରାଚିନ ରବିନ୍ଦ୍ର ୧୦୮ ରନ୍‌, କେନ୍‌ ଓ୍ବିଲିୟମସନ୍‌ ୧୦୨ ଏବଂ ଗ୍ଲେନ୍‌ ଫିଲିପ୍ସ ୪୯ରନ୍‌ର ଇନିଂସ ଖେଳିଥିଲେ। ସେହିଭଳି ଦକ୍ଷିଣ ଆଫ୍ରିକା ପକ୍ଷରୁ ଡେଭିଡ୍‌ ମିଲର୍‌ ଅପରାଜିତ ୧୦୦ ରନ୍‌ କରି ଶେଷ ଯାଏ ଲଢ଼ିଥିଲେ। ସେହିଭଳି ଦୁସେନ୍‌ ୬୯ ଏବଂ ଟେମ୍ବା ବାଭୁମା ୫୬ ରନ୍‌ର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri