Posted inଖେଳ

୪ରେ ଦକ୍ଷିଣ ଆଫ୍ରିକା- ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲ

ନୂଆଦିଲ୍ଲୀ,୧।୩: ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୫ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଜିମ୍ବାଓ୍ବେ ଦ୍ୱାରା ପ୍ରଦତ୍ତ ୧୫୪ ରନର ଟାର୍ଗେଟକୁ ଦ. ଆଫ୍ରିକା ୧୭.୫ ଓଭରରେ ୫ ଉଇକେଟ ହରାଇ ହାସଲ କରି ନେଇଥିଲା। ଏହି ବିଜୟ ସହ ଚଳିତ ଟୁର୍ନାମେଣ୍ଟରେ ଏକମାତ୍ର ଦଳ ଭାବେ ଦକ୍ଷିଣ ଆଫ୍ରିକା ଅପରାଜେୟ ଭାବେ ସୁପର-୮ ପର୍ଯ୍ୟାୟ ଶେଷ କରିଛି। ମ୍ୟାଚ୍‌ରେ ଅଲରାଉଣ୍ଡ ପ୍ରଦର୍ଶନ କରିଥିବା ରଜାଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି। ଆସନ୍ତା ୪ ତାରିଖରେ ଦକ୍ଷିଣ ଆଫ୍ରିକା ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ଭେଟିବ।

ଜିତି ପ୍ରଥମେ ବ୍ୟାଟିଂ କରିଥିବା ଜିମ୍ବାଓ୍ବେ ୨୦ ଓଭରରେ ୭ ଉଇକେଟ ହରାଇ ୧୫୩ ରନ କରିଥିଲା। ଦଳ ପାଇଁ ଅଧିନାୟକ ସିକନ୍ଦର ରଜା ୪୩ ବଲରେ ୭୩ (୮ ଚୌକା ଓ ୪ ଛକା) ଓ କ୍ଲାଇଭ ମାଡାଣ୍ଡେ ୨୦ ବଲରେ ଅପରାଜିତ ୨୬ (୩ ଚୌକା) ରନ କରିଥିଲେ। ଦ. ଆଫ୍ରିକା ପାଇଁ କ୍ୱେନା ମାଫାକା ଓ କର୍ବିନ ବୋଶ୍ଚ ୨ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଦକ୍ଷିଣ ଆଫ୍ରିକାର ଦୁଇ ଓପନର ଅଧିନାୟକ ଏଡେନ ମାରକ୍ରମ (୪) ଓ କ୍ୱିଣ୍ଟନ ଡି କକ୍‌ (୦)ଙ୍କ ଉଇକେଟ ହରାଇଥିଲା। ଉଭୟଙ୍କୁ ରଜା ପାଭିଲିଅନ ବାଟ ଦେଇଥିଲା।

ହେଲେ ରିୟାନ ରିକଲଟନ ୨୨ ବଲରେ ୩୧ (୪ ଛକା), ଡଓ୍ବୋଲ୍ଡ ବ୍ରେଭିସ ୧୮ ବଲରେ ୪୨ (୨ ଚୌକା ଓ ୪ ଛକା) ଓ ଡେଭିଡ୍‌ ମିଲର ୨୨(୨ ଲେଖାଏ ଚୌକା ଓ ଛକା) ରନ କରି ଦଳକୁ ଆଗେଇ ନେଇଥିଲେ। ଟ୍ରିଷ୍ଟାନ ଷ୍ଟବ୍ସ (୨୧) ଓ ଜର୍ଜ ଲିଣ୍ଡେ (୩୦ ରନ, ୨ ଚୌକା ଓ ୧ ଛକା) ଅବିଭାଜିତ ଷଷ୍ଠ ଉଇକେଟରେ ୫୩ ରନ ଯୋଡ଼ି ଦଳକୁ ଜିତାଇଥିଲେ। ଫଳରେ ଦ. ଆଫ୍ରିକା ୧୭.୫ ଓଭରରେ ୫ ଉଇକେଟ ହରାଇ ୧୫୪ ରନ କରି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri