ବ୍ରିକ୍ସ ସମ୍ମିଳନୀ ପାଇଁ ପୁଟିନ୍‌ଙ୍କୁ କୂଟନୈତିକ ସୁରକ୍ଷା ଦେଲା ଦକ୍ଷିଣ ଆଫ୍ରିକା

କେପ୍‌ଟାଉନ୍‌,୩୧ା୫: ୪୬୧ ଦିନ ହେଲା ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ଗତ ମାର୍ଚ୍ଚରେ ନେଦରଲାଣ୍ଡ୍ସର ହେଗ୍‌ସ୍ଥିତ ଅନ୍ତର୍ଜାତୀୟ ଅପରାଧ ଅଦାଲତ (ଆଇସିସି) ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ବିରୋଧରେ ଗିରଫ ପରଓ୍ବାନା ଜାରି କରିଥିଲେ, ଯାହାକି ଅଦ୍ୟାବଧି ବଳବତ୍ତର ରହିଛି। ତେଣୁ ପୁଟିନ୍‌ ଆଇସିସିର ଯେଉଁ ସଦସ୍ୟ ରାଷ୍ଟ୍ରକୁ ଗଲେ ଗିରଫ ହେବେ। ସେପଟେ ବ୍ରାଜିଲ, ରୁଷିଆ, ଚାଇନା, ଭାରତ ଓ ଦକ୍ଷିଣ ଆଫ୍ରିକା (ବ୍ରିକ୍ସ) ସମ୍ମିଳନୀ ଆସନ୍ତା ଅଗଷ୍ଟ ୨୨-୨୩ରେ ଅନୁଷ୍ଠିତ ହେବ। ଏହି ରାଷ୍ଟ୍ରଗୋଷ୍ଠୀର ଅଧ୍ୟକ୍ଷତା କରୁଥିବା ଦକ୍ଷିଣ ଆଫ୍ରିକା ସରକାର ଉକ୍ତ ସମ୍ମିଳନୀରେ ଯୋଗଦେବା ପାଇଁ ମଙ୍ଗଳବାର ପୁଟିନ୍‌ଙ୍କୁ ନିମନ୍ତ୍ରଣ କରିଛି। ଏଥିସହ ତାଙ୍କୁ କୂଟନୈତିକ ସୁରକ୍ଷା ମଧ୍ୟ ପ୍ରଦାନ କରିଛି। ଅର୍ଥାତ୍‌ ପୁଟିନ୍‌ ଓ ତାଙ୍କ ପ୍ରତିନିଧିମାନେ ବ୍ରିକ୍ସରେ ସାମିଲ ହେବାକୁ କେପ୍‌ଟାଉନ୍‌କୁ ଗଲେ ଗିରଫ କରାଯିବ ନାହିଁ ବୋଲି ଦକ୍ଷିଣ ଆଫ୍ରିକାର ଅନ୍ତର୍ଜାତୀୟ ସମ୍ପର୍କ ଓ ସହଯୋଗ ମନ୍ତ୍ରୀ ନଲେଦି ପାଣ୍ଡୋର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri