Categories: ଖେଳ

ଟସ୍‌ ଜିତି ବୋଲିଂ କରିବ ଦକ୍ଷିଣ ଆଫ୍ରିକା

ରାଜକୋଟ,୧୭।୬: ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଶୁକ୍ରବାର ଭାରତ ଓ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ୍‌ର ଚତୁର୍ଥ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରିବ। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ରେ ଦକ୍ଷିଣ ଆଫ୍ରିକା ୨-୧ରେ ଆଗୁଆ ରହିଥିବା ବେଳେ ଭାରତ ପାଇଁ ଏହି ମ୍ୟାଚ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ରହିଛି। ଅନ୍ୟପକ୍ଷେ ଆହତ କ୍ୱିଣ୍ଟନ ଡିକକ୍‌ ସୁସ୍ଥ ହୋଇ ଦଳକୁ ଫେରିଛନ୍ତି।

Share