Posted inଖେଳ

ହାତକୁ ଦି’ ହାତ ହେଲେ ଏହି ଦକ୍ଷିଣ ଆଫ୍ରିକା କ୍ରିକେଟର୍‌, ଆଇପିଏଲ ନିଲାମରେ ହୋଇପାରନ୍ତି କୋଟିପତି

କେପ୍‌ଟାଉନ୍‌,୫।୧୨: ଦକ୍ଷିଣ ଆଫ୍ରିକାର ଯୁବ ଦ୍ରୁତ ବୋଲର ଜେରାଲ୍ଡ କୋଟଜି ଡିସେମ୍ବର ୧୦ରୁ ଭାରତ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ବିବାହ କରିଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ହନାହଙ୍କୁ ବିବାହ କରିଛନ୍ତି। ନିକଟରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପ୍‌ରେ ଜେରାଲ୍ଡ ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ପ୍ରଦର୍ଶନ ଆଧାରରେ ଆଇପିଏଲ ୨୦୨୪ ନିଲାମରେ ତାଙ୍କ ଭାଗ୍ୟ ଉଜ୍ଜ୍ୱଳ ହୋଇପାରେ। ୨୩ ବର୍ଷୀୟ ଜେରାଲ୍ଡ ତାଙ୍କର ପ୍ରଥମ ବିଶ୍ୱକପ ଖେଳି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେ ଟୁର୍ନାମେଣ୍ଟରେ ସର୍ବାଧିକ ଉଇକେଟ ନେଇଥିବା ପଞ୍ଚମ ବୋଲର ଥିଲେ।
ଜେରାଲ୍ଡ ହାରାହାରି ୧୯.୮୦ରେ ୮ଟି ମ୍ୟାଚରେ ୨୦ ଉଇକେଟ ନେଇଥିଲେ। କେବଳ ଉଇକେଟ ନେବା ବ୍ୟତୀତ ସେ ନିଜ ଗତି ସହିତ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଜେରାଲ୍ଡଙ୍କ ବିଶ୍ୱକପ ପ୍ରଦର୍ଶନ ତାଙ୍କୁ ଆଇପିଏଲ ୨୦୨୪ ନିଲାମରେ ବେଶୀ ଅର୍ଥରେ ବିକ୍ରି ହୋଇପାରନ୍ତି। ଆଇପିଏଲ ୨୦୨୪ ପାଇଁ ସେ ତାଙ୍କର ବେସ୍‌ ପ୍ରାଇସ୍‌କୁ ୨ କୋଟି ଟଙ୍କା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri