Posted inଖେଳ

ବର୍ଷା ପାଇଁ ଅଡ଼ୁଆରେ ଟିମ୍‌ ଇଣ୍ଡିଆ

ଓ୍ବେଲିଂଟନ,୨୪।୩: ଆଇସିସି ମହିଳା ଦିନିକିଆ ବିଶ୍ୱକପ୍‌ରେ ଗୁରୁବାର ଦକ୍ଷିଣ ଆଫ୍ରିକା ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯିବାକୁ ଥିବା ବର୍ଷାରେ ଧୋଇ ଯାଇଛି। ମ୍ୟାଚ୍‌ ବାତିଲ ହେବା ପୂର୍ବରୁ ମାତ୍ର ୧୦.୫ ଓଭର ଖେଳାଯାଇଥିଲା। ସେଥି ମଧ୍ୟରେ ୪ ଉଇକେଟ କ୍ଷତିରେ ୬୧ ରନ୍‌ କରିଥିଲା ଦକ୍ଷିଣ ଆଫ୍ରିକା। କିନ୍ତୁ ମ୍ୟାଚ୍‌ ବାତିଲ ହେବାରୁ ଉଭୟ ଦଳକୁ ଗୋଟିଏ ଲେଖାଏ ପଏଣ୍ଟ ମିଳିଛି। ଏଥିସହିତ ଅଷ୍ଟ୍ରେଲିଆ ପରେ ଦ୍ୱିତୀୟ ଦଳ ଭାବେ ସେମିଫାଇନାଲରେ ସ୍ଥାନ ପକ୍କା କରିଛି ଦକ୍ଷିଣ ଆଫ୍ରିକା। ଏହି ଦଳ ୬ ମ୍ୟାଚ୍‌ରେ ୯ ପଏଣ୍ଟ ସହ ନକ୍‌ ଆଉଟ୍‌ ପର୍ଯ୍ୟାୟରେ ସ୍ଥାନ ନିଶ୍ଚିତ କରିଥିବା ବେଳେ ଓ୍ବେଷ୍ଟଇଣ୍ଡିଜ ତା’ର ସମସ୍ତ ମ୍ୟାଚ୍‌ ଖେଳି ୭ ପଏଣ୍ଟ ସହ ତାଲିକାର ତୃତୀୟ ସ୍ଥାନରେ ରହିଛି। ଅନ୍ୟପକ୍ଷରେ ଇଂଲଣ୍ଡ ୩୦.୪ ଓଭର ପୂର୍ବରୁ ହାତରେ ୯ ଉଇକେଟ ରଖି ପାକିସ୍ତାନକୁ ହରାଇ ଦେଇଛି। ଏହି ବିାରଟ ବିଜୟ ଯୋଗୁ ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡ ଦଳ ୬ ପଏଣ୍ଟ ସହ ସେମିଫାଇନାଲରେ ଦୌଡ଼ରେ ରହିଛି।

ଦୁଇ ମ୍ୟାଚ୍‌ର ଏଭଳି ଫଳାଫଳ ଯୋଗୁ ସେମିଫାଇନାଲ ଦୌଡ଼ରେ ଭାରତ, ଇଂଲଣ୍ଡ ଏବଂ ଓ୍ବେଷ୍ଟଇଣ୍ଡିଜ ଭଳି ୩ ଦଳ ରହିଛନ୍ତି। ୬ ପଏଣ୍ଟ ସହ ତାଲିକାରେ ଚତୁର୍ଥ ଏବଂ ପଞ୍ଚମ ସ୍ଥାନରେ ଥିବା ଇଂଲଣ୍ଡ ଓ ଭାରତକୁ ଲିଗ୍‌ ପର୍ଯ୍ୟାୟରେ ଗୋଟିଏ ଲେଖାଏ ମ୍ୟାଚ୍‌ ଖେଳିବାର ଅଛି। ସେମିଫାଇନାଲରେ ସ୍ଥାନ ପକ୍କା କରିସାରିଥିବା ଦକ୍ଷିଣ ଆଫ୍ରିକାକୁ ଭାରତ ଭେଟିବାକୁ ଯାଉଥିବା ବେଳେ ଇଂଲଣ୍ଡ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ବାଂଲାଦେଶକୁ ଭେଟିବ। ଉଭୟ ମ୍ୟାଚ୍‌ ରବିବାର ଖେଳାଯିବ। ବର୍ତ୍ତମାନ ସେମିଫାଇନାଲରେ ସ୍ଥାନ ପକ୍କା କରିବା ପାଇଁ ଉଭୟ ଦଳକୁ ନିଶ୍ଚିତ ବିଜୟ ଦରକାର। ଦୁଇ ଦଳ ମଧ୍ୟରୁ ଯେ କୌଣସି ଦଳ ପରାଜିତ ହେଲେ ଓ୍ବେଷ୍ଟଇଣ୍ଡିଜ ଫାଇଦାରେ ରହିବେ। ଯଦି ବର୍ଷା କାରଣରୁ ମ୍ୟାଚ୍‌ ଖେଳାଯାଇ ନ ପାରେ, ତେବେ ନେଟ୍‌ ରନ୍‌ରେଟ୍‌ ବଳରେ ଭାରତ ସେମିଫାଇନାଲରେ ପ୍ରବେଶ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri