Posted inଖେଳ

ବିଶ୍ୱକପ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଝଟକା, ଅଧିନାୟକ ସମେତ ଏହି ବୋଲର ହେଲେ ଆହତ

କାପେ ଟାଉନ୍‌,୧୫।୯: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଆଫ୍ରିକା ପାଇଁ ସମସ୍ୟା କମ୍‌ ହେଉନାହିଁ। ୨୦୨୩ ବିଶ୍ୱକପ୍‌ ପୂର୍ବରୁ ଅଧିନାୟକ ଟେମ୍ବା ବାବୁମାଙ୍କ ସମେତ ଦଳର ଦୁଇ ଖେଳାଳି ଆହତ ହୋଇଛନ୍ତି। ଦ୍ରୁତ ବୋଲର ଏନ୍ରିକ ନର୍ସିଆ ଆହତ କାରଣରୁ ତୃତୀୟ ଦିନିକିଆ ଖେଳିପାରିନଥିଲେ, ବର୍ତ୍ତମାନ ସେ ମଧ୍ୟ ଶେଷ ଦୁଇଟି ଦିନିକିଆରୁ ବାଦ୍‌ ପଡିଛନ୍ତି।

ପିଠିରେ ଆଘାତ ଲାଗିଥିବାରୁ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜର ଅବଶିଷ୍ଟ ମ୍ୟାଚରୁ ଏନ୍ରିକଙ୍କୁ ବାଦ୍‌ ଦିଆଯାଇଛି। ଏନ୍ରିକର ଆଘାତ ବିଶ୍ୱକପ୍‌ ପୂର୍ବରୁ ଆଫ୍ରିକା ପାଇଁ ସମସ୍ୟା ସୃଷ୍ଟି କରିପାରେ। ଏଥି ସହିତ ଭଲ ଫର୍ମରେ ଥିବା ଆଫ୍ରିକୀୟ ଅଧିନାୟକ ଟେମ୍ବା ବାବୁମା ମଧ୍ୟ ଷ୍ଟ୍ରେନ କାରଣରୁ ସିରିଜର ଶେଷ ମ୍ୟାଚ ଖେଳି ପାରିବେ ନାହିଁ। ବାବୁମାଙ୍କ ସ୍ଥାନରେ ବାକି ଦୁଇଟି ମ୍ୟାଚରେ ଏଡନ ମାର୍କରମ ଅଧିନାୟିକତ୍ୱ ପଦ ସମ୍ଭାଳିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri