Posted inଖେଳ

ଏବେ ବି ସେମି ଆଶା ଲକ୍ଷ୍ୟରେ ଆଫଗାନିସ୍ତାନ: ଘଟାଇପାରେ ବଡ଼ ବିପର୍ଯ୍ୟୟ

ଅହମଦାବାଦ,୯ା୧୧: ଆଫଗାନିସ୍ତାନ ଏବଂ ସେମି ଫାଇନାଲରେ ପହଞ୍ଚି ସାରିଥିବା ଦକ୍ଷିଣ ଆଫ୍ରିକା ମଧ୍ୟରେ ଶୁକ୍ରବାର ବିଶ୍ୱକପର ୪୨ ତମ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌କୁ ଜିତିବା ସହିତ ସେମି ଫାଇନାଲ ଦୌଡରେ ନିଜକୁ ବଜାୟ ରହିବା ପାଇଁ ଆଫଗାନିସ୍ତାନ ପ୍ରୟାସ କରିବ।

ଅନ୍ୟପକ୍ଷେ ଦକ୍ଷିଣ ଆଫ୍ରିକା ରନ୍‌ ପିଛା କରିବାରେ ଦୁର୍ବଳତା ଏଡାଇବାକୁ ଚେଷ୍ଟା କରିବ। ଆଫଗାନିସ୍ତାନ ୮ ପଏଣ୍ଟ ସହିତ ପଏଣ୍ଟ ଟେବୁଲର ଷଷ୍ଠ ସ୍ଥାନରେ ରହିଛି। ତେବେ ଏହାର ନେଟ୍‌ ରନରେଟ୍‌ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ତୁଳନାରେ ପଛୁଆ ରହିଛି। ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ଦୃଢ ସ୍ଥିତିରୁ ଆସି ପରାଜିତ ହେବା ପରେ ଦଳ ଏକ ବୃହତ ବିଜୟ ଆଶା ଲକ୍ଷ୍ୟ ରଖିବାକୁ ଆଶା ରଖିଛି। ଏହା ସହିତ ଅନ୍ୟ ଦଳର ଫଳାଫଳ ସପକ୍ଷରେ ଯିବା ନେଇ ମଧ୍ୟ ଆଶା ରହିବ।

ଚଳିତ ଟୁର୍ନାମେଣ୍ଟରେ ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡ, ପାକିସ୍ତାନ ଏବଂ ଶ୍ରୀଲଙ୍କା ଟିମ୍‌କୁ ଧରାଶାୟୀ କରିଥିବା ବେଳେ ୫ ଥର ବିଶ୍ୱ ଚାମ୍ପିୟନ ଅଷ୍ଟ୍ରେଲିଆକୁ ମଧ୍ୟ ପାଣି ପିଆଇ ଦେଇଛି ଆଫଗାନିସ୍ତାନ। ଶେଷ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଦର୍ଶନ ପରେ ଆଉ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିବାକୁ ଦଳ ଆଶା ରଖିବ। ସେମି ଫାଇନାଲ ପାଇଁ ଦଳ ନିକଟରେ ଏହା ଶେଷ ସୁଯୋଗ ହୋଇଥିବା ବେଳେ ହସମତୁଲ୍ଲା ଶାହିଦିଙ୍କ ଦଳ ଏକ ଅନ୍ତିମ ପ୍ରୟାସ କରିବ।


Enter your email to get our daily news in your inbox.

All Right Reserved By Dharitri.Com

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri