Posted inଖେଳ

ଦକ୍ଷିଣ ଆଫ୍ରିକା, ୱେଲ୍ସ, ଆର୍ଜେଣ୍ଟନା ବିଜୟୀ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୮।୧: ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ହକି ବିଶ୍ୱକପ୍‌ କ୍ଲାସିଫିକେଶନ ମ୍ୟାଚରେ ଦକ୍ଷିଣ ଆଫ୍ରିକା, ୱେଲ୍ସ ଓ ଆର୍ଜେଣ୍ଟିନା ବିଜୟ ହାସଲ କରିଛି। ଦକ୍ଷିଣ ଆଫ୍ରିକା ୬-୩ ଗୋଲରେ ମାଲେସିଆକୁ ହରାଇଥିଲା। ବିଜୟୀ ଦଳ ପକ୍ଷରୁ ବ୍ରାଡ୍‌ଲି ଶେରଉଡ୍‌ ୯ ଓ ୫୭ତମ ମିନିଟରେ ୨ଟି ଏବଂ ଗୟ ମୋର୍ଗାନ ୧୭, ଏନ୍‌କୋବିଲ ଏନ୍‌ଟୁଲି୨୬, କିନାନ ଗ୍ରେଗ୍‌ ହର୍ନ ୪୩ ଓ ମୁସ୍ତାଫା କାସିମ ୪୪ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ମାଲେସିଆ ପକ୍ଷରୁ ମହମ୍ମଦ ରାଜି ରହିମ ୩୫ ଓ ୪୫ତମ ମିନିଟରେ ୨ଟି ଏବଂ ମହମ୍ମଦ ଫିରହାନ ଅନସାରି ୫୭ତମ ମିନିଟରେ ଗୋଟିଏ ଗୋଲ ପରିଶୋଧ କରିଥିଲେ। ୱେଲ୍ସ ଓ ଫ୍ରାନ୍ସ ମଧ୍ୟରେ ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚ ନିର୍ଦ୍ଧାରିତ ସମୟରେ ୨-୨ ଗୋଲରେ ବରାବର ରହିଥିଲା। ଫଳାଫଳ ନିର୍ଣ୍ଣୟ ପାଇଁ ପେନାଲ୍ଟି ଶୁଟ୍‌ଆଉଟର ସହାୟତା ନିଆଯାଇଥିଲା। ଏହି ପର୍ଯ୍ୟାୟରେ ୱେଲ୍ସ ୨-୧ ଗୋଲରେ ଫ୍ରାନ୍ସକୁୁ ପରାସ୍ତ କରିଥିଲା। ପ୍ରଥମଥର ପାଇଁ ବିଶ୍ୱକପ ଖେଳିବା ସୁଯୋଗ ପାଇଥିବା ୱେଲ୍ସର ଚଳିତ ଟୁର୍ନାମେଣ୍ଟରେ ଏହାଥିଲା ପ୍ରଥମ ବିଜୟ। ଅନ୍ୟ ଏକ କ୍ଲାସିଫିକେଶନ ମ୍ୟାଚରେ ଆର୍ଜେଣ୍ଟିନା ୮-୦ ଗୋଲରେ ଚିଲିକୁ ହରାଇ ଦେଇଥିଲା। ବିଜୟୀ ଦଳ ପକ୍ଷରୁୁ ମାଇକୋ କାସେଲା ୧୭ ଓ ୩୪ତମ ମିନିଟରେ ୨ଟି, ନିକୋଲାସ ଡେଲା ଟୋରେ ୯ମ, ଲୁକାସ ଟୋସକାନି ୧୯, ବୌଟିଷ୍ଟା କାପୁରୋ ୨୩, ନିକୋଲାସ ସାଣ୍ଟିଆଗୋ କିନାନ ୨୫, ମାର୍ଟିିନ ଇଗ୍ନାସିଓ ଫେରେରୋ ୫୧ ଓ ଟୋମାସ ମାଇକେଲ ଡୋମେନେ ୫୬ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ୯ରୁ ୧୨ତମ ସ୍ଥାନ ପାଇଁ କ୍ଲାସିଫିକେଶନ ମ୍ୟାଚରେ ୱେଲ୍ସକୁ ଆର୍ଜେଣ୍ଟନା ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri