Posted inଖେଳ

ଡେଭିଡ ମିଲରଙ୍କ ସୁପର ଶୋ’

ଶାରଜା,୩୦।୧୦: ଟି-୨୦ ବିଶ୍ବକପ ଗ୍ରୁପ-୧ର ଶନିବାର ମ୍ୟାଚରେ ଦକ୍ଷିଣ ଆଫ୍ରିକା ୪ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରଛି। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ବୋଲିଂ କରିଥିଲା। ବ୍ୟାଟିଂ କରିବାକୁ ଆସି ଶ୍ରୀଲଙ୍କା ୨୦ ଓଭରରେ ୧୪୨ ରନ୍‌ କରି ଅଲ୍‌ଆଉଟ ହୋଇଯାଇଥିଲା। ଫଳରେ ଦକ୍ଷିଣ ଆଫ୍ରିକା ଆଗରେ ୧୪୩ ରନ୍‌ର ବିଜୟ ଲକ୍ଷ୍ୟ ରଖିଥିଲା ଶ୍ରୀଲଙ୍କା। ଦକ୍ଷିଣ ଆଫ୍ରିକାର ଓପନର କ୍ୱିଣ୍ଟନ ଡି’କକ୍‌ ଏବଂ ରେଜା ହେଣ୍ଡ୍ରିକ୍ସ ବିଶେଷ କିଛି କରିପାରି ନ ଥିଲେ।
ପ୍ରଥମ ଉଇକେଟ ଭାବେ ରେଜା ହେଣ୍ଡ୍ରିକ୍ସ ୧୧ ରନ୍‌ କରି ଦୁଷ୍ମନ୍ତ ଚାମିରାଙ୍କ ବଲ୍‌ରେ ଆଉଟ ହୋଇଥିଲେ। ସେହିପରି ଚାମିରାଙ୍କ ପରବର୍ତ୍ତୀ ବଲ୍‌ରେ କ୍ୱିଣ୍ଟନ ଡି’କକ୍‌ ୧୨ରନ୍‌ କରି ଆଉଟ୍‌ ହୋଇଥିଲେ। ୩ୟ ସ୍ଥାନରେ ଆସିଥିବା ରାସିଭାନ ଡର ଦୁସେନ ୧୬ ରନ କରି ଆଉଟ ହୋଇଥିଲେ । ଫଳରେ ଦକ୍ଷିଣ ଆଫ୍ରିକା ସଙ୍କଟରେ ପଡିଯାଇଥିଲା। ପରବର୍ତ୍ତୀ ସମୟରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ଭାବୁମା ୪୬ ରନ୍‌ କରି ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ । ଶେଷ ଓଭରରେ ଦକ୍ଷିଣ ଆଫ୍ରିକାକୁ ୧୬ ରନ୍‌ର ଆବଶ୍ୟକତା ରହିଥିଲା। ବିସ୍ଫୋରକ ଡେଭିଡ ମିଲର ୨ଟି ବଲ୍‌ରେ ୨ଟି ଛକା ମାରି ଦଳ ପାଇଁ ବିଜୟ ଆଣିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri