Posted inଖେଳ

ଡେଭିଡ ମିଲରଙ୍କ ସୁପର ଶୋ’

ଶାରଜା,୩୦।୧୦: ଟି-୨୦ ବିଶ୍ବକପ ଗ୍ରୁପ-୧ର ଶନିବାର ମ୍ୟାଚରେ ଦକ୍ଷିଣ ଆଫ୍ରିକା ୪ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରଛି। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ବୋଲିଂ କରିଥିଲା। ବ୍ୟାଟିଂ କରିବାକୁ ଆସି ଶ୍ରୀଲଙ୍କା ୨୦ ଓଭରରେ ୧୪୨ ରନ୍‌ କରି ଅଲ୍‌ଆଉଟ ହୋଇଯାଇଥିଲା। ଫଳରେ ଦକ୍ଷିଣ ଆଫ୍ରିକା ଆଗରେ ୧୪୩ ରନ୍‌ର ବିଜୟ ଲକ୍ଷ୍ୟ ରଖିଥିଲା ଶ୍ରୀଲଙ୍କା। ଦକ୍ଷିଣ ଆଫ୍ରିକାର ଓପନର କ୍ୱିଣ୍ଟନ ଡି’କକ୍‌ ଏବଂ ରେଜା ହେଣ୍ଡ୍ରିକ୍ସ ବିଶେଷ କିଛି କରିପାରି ନ ଥିଲେ।
ପ୍ରଥମ ଉଇକେଟ ଭାବେ ରେଜା ହେଣ୍ଡ୍ରିକ୍ସ ୧୧ ରନ୍‌ କରି ଦୁଷ୍ମନ୍ତ ଚାମିରାଙ୍କ ବଲ୍‌ରେ ଆଉଟ ହୋଇଥିଲେ। ସେହିପରି ଚାମିରାଙ୍କ ପରବର୍ତ୍ତୀ ବଲ୍‌ରେ କ୍ୱିଣ୍ଟନ ଡି’କକ୍‌ ୧୨ରନ୍‌ କରି ଆଉଟ୍‌ ହୋଇଥିଲେ। ୩ୟ ସ୍ଥାନରେ ଆସିଥିବା ରାସିଭାନ ଡର ଦୁସେନ ୧୬ ରନ କରି ଆଉଟ ହୋଇଥିଲେ । ଫଳରେ ଦକ୍ଷିଣ ଆଫ୍ରିକା ସଙ୍କଟରେ ପଡିଯାଇଥିଲା। ପରବର୍ତ୍ତୀ ସମୟରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ଭାବୁମା ୪୬ ରନ୍‌ କରି ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ । ଶେଷ ଓଭରରେ ଦକ୍ଷିଣ ଆଫ୍ରିକାକୁ ୧୬ ରନ୍‌ର ଆବଶ୍ୟକତା ରହିଥିଲା। ବିସ୍ଫୋରକ ଡେଭିଡ ମିଲର ୨ଟି ବଲ୍‌ରେ ୨ଟି ଛକା ମାରି ଦଳ ପାଇଁ ବିଜୟ ଆଣିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri