Posted inଖେଳ

ଦକ୍ଷିଣ ଆଫ୍ରିକାରେ ଭାରତର ସିରିଜ ଜିତିବା ରହିଲା ଅଧୁରା

କେପ୍‌ ଟାଉନ୍‌,୧୪।୧: ସ୍ଥାନୀୟ ନ୍ୟୁଲାଣ୍ଡ ଷ୍ଟାଡିୟମଠାରେ ଚାଲିଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଭାରତକୁ ୭ ଉଇକେଟରେ ପରାସ୍ତ କରିଛି । ଫଳରେ ଭାରତ ପାଇଁ ଦକ୍ଷିଣ ଆଫ୍ରିକାରେ ସିରିଜ ଜିତିବା ସ୍ବପ୍ନ ଅଧୁରା ରହିଯାଇଛି। ୨୧୨ ରନ୍‌ର ବିଜୟ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୩ ଉଇକେଟ ହରାଇ ହାସଲ କରିନେଇଛି।

ଦକ୍ଷିଣ ଆଫ୍ରିକା ପକ୍ଷରୁ କେଗାର ପିଟରସନ ସର୍ବାଧିକ ୮୨ ରନ୍‌ କରିଥିବା ବେଳେ ରାସି ଭାନ ଡର ଦୁସେନ ୪୧ ରନ୍‌ କରିଥିଲେ । ସେହିପରି ଟେମ୍ବା ବାଭୁମା ୩୧ ଓ ଅଧିନାୟକ ଡିନ ଏଲ୍‌ଗାର ୩୦ ରନ୍‌ କରିଥିଲେ । ଭାରତ ପକ୍ଷରୁ ଯଶପ୍ରୀତ ବୁମରା, ଶାର୍ଦ୍ଦୁଲ ଠାକୁର ଓ ମହମ୍ମଦ ସାମ୍ମୀ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ ।

ଭାରତ ପ୍ରଥମ ଇନିଂସରେ ୨୨୩ ରନ୍‌ରେ ଅଲ୍‌ଆଉଟ ହୋଇଯାଇଥିଲା । ଏହାର ଜବାବରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୨୧୦ ରନ୍‌ କରିଥିଲା। ଭାରତ ଦ୍ୱିତୀୟ ଇନିଂସରେ ୧୯୮ ରନ୍‌ କରି ଅଲ୍‌ଆଉଟ ହୋଇଥିଲା । ଫଳରେ ଦକ୍ଷିଣ ଆଫ୍ରିକା ଆଗରେ ବିଜୟ ପାଇଁ ୨୧୨ ରନ୍‌ର ଲକ୍ଷ୍ୟ ରହିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri