Posted inଖେଳ

ମିଲର-ଡୁସେନ ଛଡ଼ାଇ ନେଲେ ମ୍ୟାଚ୍‌

ନୂଆଦିଲ୍ଲୀ,୯।୬: ୨୧୧ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିବା ସତ୍ତ୍ୱେ ଭାରତ ବିଜୟ ସ୍ବାଦ ଚାଖିପାରି ନାହିଁ। ସ୍ଥାନୀୟ ଅରୁଣ ଜେଟଲି ଷ୍ଟାଡିୟମରେ ଗୁରୁବାର ଦକ୍ଷିଣ ଆଫ୍ରିକା ୫ ବଲ ପୂର୍ବରୁ ୭ ଉଇକେଟରେ ମ୍ୟାଚ୍‌କୁ ଜିତି ନେଇଛି। ଦକ୍ଷିଣ ଆଫ୍ରିକା ପାଇଁ ରନ୍‌ ପିଛା କରିବାରେ ଏହା ସର୍ବବୃହତ୍‌ ବିଜୟ। ଇଶାନ କିଷନଙ୍କ ଅର୍ଦ୍ଧଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୨୦ ଓଭରରେ ୪ ଉଇକେଟ ହରାଇ ୨୧୧ ରନ୍‌ କରିଥିଲା। ଜବାବରେ ରାସି ଭାନ ଡର ଡୁସେନ (୭୫*) ଓ ଡେଭିଡ୍‌ ମିଲର (୬୪*) ଅବିଭାଜିତ ଚତୁର୍ଥ ଉଇକେଟରେ ୧୩୧ ରନ୍‌ ଯୋଡ଼ି ଦକ୍ଷିଣ ଆଫ୍ରିକାକୁ ମ୍ୟାଚ୍‌ ଜିତାଇ ଦେଇଥିଲା। ଏହି ପରାଜୟ ଯୋଗୁ ଭାରତୀୟ ଦଳ ଏକ ବୃହତ୍‌ ରେକର୍ଡରୁ ବଞ୍ଚିତ ହୋଇଛି। ଏହି ମ୍ୟାଚ୍‌ ଜିତିଥିଲେ ଭାରତୀୟ ଦଳ ଟି୨୦ ଫର୍ମାଟରେ ଲଗାତର ୧୩ ମ୍ୟାଚ୍‌ ଜିତିବାର ରେକର୍ଡ କରିଥାନ୍ତା। ଅନ୍ୟପକ୍ଷରେ ଭ୍ରମଣକାରୀ ଦଳ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ର ଅଗ୍ରଣୀ ହାସଲ କରିଛି। ହାଇସ୍କୋରିଂ ମ୍ୟାଚ୍‌ରେ ଉଭୟ ଦଳର ଖେଳାଳିମାନେ ମୋଟ ୨୮ ଛକା ଲଗାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri