Posted inଖେଳ

ଦକ୍ଷିଣ ଆଫ୍ରିକାରେ ଭାରତର ସିରିଜ ଜିତିବା ରହିଲା ଅଧୁରା

କେପ୍‌ ଟାଉନ୍‌,୧୪।୧: ସ୍ଥାନୀୟ ନ୍ୟୁଲାଣ୍ଡ ଷ୍ଟାଡିୟମଠାରେ ଚାଲିଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଭାରତକୁ ୭ ଉଇକେଟରେ ପରାସ୍ତ କରିଛି । ଫଳରେ ଭାରତ ପାଇଁ ଦକ୍ଷିଣ ଆଫ୍ରିକାରେ ସିରିଜ ଜିତିବା ସ୍ବପ୍ନ ଅଧୁରା ରହିଯାଇଛି। ୨୧୨ ରନ୍‌ର ବିଜୟ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୩ ଉଇକେଟ ହରାଇ ହାସଲ କରିନେଇଛି।

ଦକ୍ଷିଣ ଆଫ୍ରିକା ପକ୍ଷରୁ କେଗାର ପିଟରସନ ସର୍ବାଧିକ ୮୨ ରନ୍‌ କରିଥିବା ବେଳେ ରାସି ଭାନ ଡର ଦୁସେନ ୪୧ ରନ୍‌ କରିଥିଲେ । ସେହିପରି ଟେମ୍ବା ବାଭୁମା ୩୧ ଓ ଅଧିନାୟକ ଡିନ ଏଲ୍‌ଗାର ୩୦ ରନ୍‌ କରିଥିଲେ । ଭାରତ ପକ୍ଷରୁ ଯଶପ୍ରୀତ ବୁମରା, ଶାର୍ଦ୍ଦୁଲ ଠାକୁର ଓ ମହମ୍ମଦ ସାମ୍ମୀ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ ।

ଭାରତ ପ୍ରଥମ ଇନିଂସରେ ୨୨୩ ରନ୍‌ରେ ଅଲ୍‌ଆଉଟ ହୋଇଯାଇଥିଲା । ଏହାର ଜବାବରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୨୧୦ ରନ୍‌ କରିଥିଲା। ଭାରତ ଦ୍ୱିତୀୟ ଇନିଂସରେ ୧୯୮ ରନ୍‌ କରି ଅଲ୍‌ଆଉଟ ହୋଇଥିଲା । ଫଳରେ ଦକ୍ଷିଣ ଆଫ୍ରିକା ଆଗରେ ବିଜୟ ପାଇଁ ୨୧୨ ରନ୍‌ର ଲକ୍ଷ୍ୟ ରହିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍‌…

ଉତ୍ସବ ମୁଖର ରିଷିଡ଼ା: ଭକ୍ତିମୟ ପରିବେଶରେ ମା’ ଗଜଲକ୍ଷ୍ମୀଙ୍କୁ ଆବାହନ ପାଇଁ ମହିଳାଙ୍କ…

ରିଷିଡ଼ା,୨୫ା୧୦(ସୁଶାନ୍ତ ମଲ୍ଲିକ): ଚତୁର୍ଦ୍ଦିଗରେ ଘଣ୍ଟ, ଘଣ୍ଟା, ହୁଳହୁଳି ଏବଂ ସଙ୍କୀର୍ତ୍ତନର ପ୍ରତିଧ୍ୱନି; ସାରା ପରିବେଶ ହୋଇପଡ଼ିଛି ଆଧ୍ୟାତ୍ମିକ ଏବଂ ଉତ୍ସବମୁଖର। ମା’ ଜଗଜ୍ଜନନୀ ମା’ ଗଜଲକ୍ଷ୍ମୀଙ୍କ ଆଗମନରେ…

୧୧ ସପ୍ତାହରେ ୨ ବହି ପ୍ରକାଶ କରି ବିଶ୍ୱ ରେକର୍ଡ ହାସଲ କଲେ ଶୁଭସ୍ମିତା

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିଜର ପ୍ରତିଭା, ଅଧ୍ୟବସାୟ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସାହିତ୍ୟ ଓ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଗଞ୍ଜାମ ଜିଲା…

ଜୁଆଆଡ୍ଡାରେ ଚଢ଼ାଉ: ପୋଲିସକୁ ଦେଖି ଦୌଡ଼ି ପଳାଉଥିଲେ, ୪ ଜୁଆଡ଼ିଙ୍କୁ ମାଡ଼ି ବସି…

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଆଶ୍ୱିନ କୁମାର ପୂର୍ଣ୍ଣମୀ ଅବ୍ୟବହିତ ପୂର୍ବରୁ ୪ ଦିନ ମଧ୍ୟରେ ୩ଟି ଜୁଆଖେଳର ଅତର୍କିତ ଚଢ଼ାଉ କରି…

ଲଗାତାର ୨ ପରାଜୟ ପରେ ନ୍ୟୁଜିଲାଣ୍ଡ ଦଳରେ ବଡ଼ ପରିବର୍ତ୍ତନ: ପୂରା ସିରିଜରୁ ବାଦ୍‌ ପଡିଲେ…

ନୂଆଦିଲ୍ଲୀ, ୨୫।୧୦: ଭାରତ ବନାମ ନ୍ୟୁଜିଲାଣ୍ଡ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦୁଇଟି ମ୍ୟାଚ ଶେଷ ହୋଇଛି। ତୃତୀୟ ମ୍ୟାଚ ମଙ୍ଗଳବାର ୱେଲିଂଟନରେ ଖେଳାଯିବ। ଟିମ…

ସ୍କୁଲ ବସ୍‌ରେ ଲାଗିଲା ନିଆଁ, ଜାଣିଶୁଣି କେହି…

ନବରଙ୍ଗପୁର,୨୫ା୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ସ୍କୁଲ ପରିସରରେ ଥିବା ଏକ ଅବ୍ୟବହୃତ ବସ୍‌ରେ ନିଆଁ ଲାଗି ଜଳିଯାଇଛି। ବସ୍‌ଟି ହୁତୁହୁତୁ ହୋଇ…

ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟନ କଲେ ଏମ୍‌ପି-ବିଧାୟକ, ପ୍ରତିଶ୍ରୁତି ଦେଇ କହିଲେ ଖୁବ୍‌ଶୀଘ୍ର ଜିଲାରେ ପ୍ରତିଷ୍ଠା ହେବାକୁ ଯାଉଛି…

ମହାକାଳପଡ଼ା,୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ନଦୀନାଳ ଘେରା ବତୀଘର ପଞ୍ଚାୟତରେ ଏକ ନୂତନ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏମ୍‌ପି ବୈଜୟନ୍ତ ପଣ୍ଡା ଓ ମହାକାଳପଡ଼ା ବିଧାୟକ ଡ.…

ଏହି ୪ ଗୁଣ ଥିଲେ ମଣିଷ ହୋଇଥାଏ ଭାଗ୍ୟଶାଳୀ, ମିଳିଥାଏ ଗୋଟିଏ ପରେ ଗୋଟିଏ ସଫଳତା

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ଏପରି କିଛି ବିଶେଷ ଗୁଣ ସମ୍ବନ୍ଧରେ ବର୍ଣ୍ଣନା କରାଯାଇଛି, ଯାହା ଜଣେ ବ୍ୟକ୍ତିକୁ ଜୀବନରେ ସଫଳତା ଏବଂ ପ୍ରସିଦ୍ଧି ଆଣିଦେଇଥାଏ। ଏହି ଗୁଣଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?