Posted inଖେଳ

ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ

ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍‌ର  ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି। ଏହି ପରାଜୟ ଯୋଗୁ ଗତ ସଂସ୍କରଣରୁ ଅପରାଜେୟ ଥିବା ଭାରତୀୟ ଦଳର ବିଜୟ ଧାରାରେ ବ୍ରେକ ଲାଗିଛି।

ଦକ୍ଷିଣ ଆଫ୍ରିକା ଦ୍ୱାରା ପ୍ରଦତ୍ତ ୧୮୮ ରନର ଚ୍ୟାଲେଞ୍ଜିଂ ଟାର୍ଗେଟର ପିଛା କରି ଭାରତ ୧୮.୫ ଓଭରରେ ୧୧୧ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଭାରତୀୟ ଦଳ ଆସନ୍ତା ୨୬ ତାରିଖରେ ତା’ର ପରବର୍ତ୍ତୀ ସୁପର-୮ ମ୍ୟାଚ୍‌ରେ ଜିମ୍ବାଓ୍ବେକୁ ଭେଟିବ।

ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକାରେ ଅଧିନାୟକ ଏଡେନ ମାରକ୍ରମ (୪), କ୍ୱିଣ୍ଟନ ଡି କକ୍‌ (୭) ଓ ରିଆନ ରିକଲଟନ (୭)ଙ୍କ ଉଇକେଟ ହରାଇଥିଲା। ଏହାପରେ ଡଓ୍ବୋଲ୍ଡ ବ୍ରେଭିସ ଓ ଡେଭିଡ୍‌ ମିଲର ଚତୁର୍ଥ ଉଇକେଟରେ ୫୦ ବଲରେ ୯୭ ରନ କରିଥିଲେ। ଅର୍ଦ୍ଧଶତକ ଅଭିମୂଖେ ଅଗ୍ରସର ହେଉଥିବା ବ୍ରେଭିସ ୨୯ ବଲରେ ୩ ଲେଖାଏ ଚୌକା ଓ ଛକା ସହ ୪୫ ରନ କରି ଆଉଟ୍‌ ହୋଇଥିଲେ। ଏହିଠାରୁ ଟ୍ରିଷ୍ଟାନ ଷ୍ଟବ୍ସଙ୍କ ସହ ମିଶି ମିଲର ଦଳୀୟ ସ୍କୋରକୁ ୧୫୦ ପାର ପଞ୍ଚାଇଥିଲେ। ଆଟାକିଂ ବ୍ୟାଟିଂ କରୁଥିବା ମିଲର ୩୫ ବଲରେ ୭ ଚୌକା ଓ ୩ ଛକା ସହିତ ୬୩ ରନ କରି ଆଉଟ୍‌ ହୋଇଥିଲେ। ଶେଷ ଆଡ଼କୁ ଷ୍ଟବ୍ସ ୨୪ ବଲରେ ଅପରାଜିତ ୪୪ ( ୧ ଚୌକା ଓ ୩ ଛକା) ରନ କରିଥିଲେ। ଫଳରେ ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୭ ଉଇକେଟ ହରାଇ ୧୮୭ ରନ କରିଥିଲା।

ଜବାବରେ ଭାରତ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୮.୫ ଓଭରରେ ୧୧୧ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ଶିବମ ଦୁବେ (୪୨ ରନ, ୧ ଚୌକା ଓ ୩ ଛକା)ଙ୍କୁ ଛାଡ଼ି ଦେଲେ ଅନ୍ୟ କୌଣସି ବ୍ୟାଟର ଭଳ ସ୍କୋର କରି ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri