Posted inଖେଳ

ଦ୍ୱିତୀୟ ଟି୨୦ରେ ଦକ୍ଷିଣ ଆଫ୍ରିକା ବିଜୟୀ

ଜୋହାନ୍ସବର୍ଗ,୧୩ା୪-ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୬ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ଫଳରେ ଦୁଇ ଦଳ ମଧ୍ୟରେ ଚାଲିଥିବା ୪ ମ୍ୟାଚବିଶିଷ୍ଟ ସିରିଜ ୧-୧ ସ୍ତରକୁ ଚାଲିଆସିଛି। ଦୁଇ ଦଳ ମଧ୍ୟରେ ଗତ ଶନିବାର ଅନୁଷ୍ଠିତ ପ୍ରଥମ ଟି୨୦ରେ ପାକିସ୍ତାନ ୪ ଉଇକେଟରେ ବିଜୟ ଲାଭ କରିଥିଲା। ତୃତୀୟ ଟି୨୦ ସେଞ୍ଚୁରିଅନର ସୁପର ସ୍ପୋର୍ଟପାର୍କଠାରେ ଖେଳାଯିବ।
ସୋମବାର ମ୍ୟାଚରେ ୧୪୧ ରନର ବିଜୟ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୧୪ ଓଭରରେ ୪ ଉଇକେଟ ବିନିମୟରେ ହାସଲ କରିନେଇଥିଲା। ଦଳ ପକ୍ଷରୁ ଏଡେନ ମାରକ୍ରାମ ସର୍ବାଧିକ ୫୪ରନ କରିଥିବାବେଳେ ଅଧିନାୟକ ହେନରିକ୍‌ କ୍ଲାସେନ ୩୬ ଓ ଜର୍ଜ ଲିଣ୍ଡେ ୨୦ରନ କରି ଅପରାଜିତ ରହିଥିଲେ। ଭ୍ରମଣକାରୀ ଦଳ ପକ୍ଷରୁ ଉସ୍‌ମାନ କାଦିର ୨ ଉଇକେଟ ଅକ୍ତିଆର କରିଥିବାବେଳେ ମହମ୍ମଦ ହସନେନ ଓ ହସନ ଅଲି ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ ବିନିମୟରେ ୧୪୦ ରନ କରିଥିଲା। ଦଳ ପକ୍ଷରୁ ଟପ୍‌ ସ୍କୋରର ଅଧିନାୟକ ବାବର ଆଜାମ ୫୦ରନ କରିଥିଲେ। ମହମ୍ମଦ ହାଫିଜ ୩୨ ଏବଂ ହାଇଦର ଅଲି ଓ ହସନ ଅଲି ୧୨ ରନ ଲେଖାଏ କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଦୁଇଅଙ୍କ ସ୍ପର୍ଶ କରିପାରି ନ ଥିଲେ। ଜର୍ଜ ଲିଣ୍ଡେ ଓ ଲିଜାର୍ଡ ଓ୍ବିଲିୟମ୍ସ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର
ପାକିସ୍ତାନ: ୨୦ ଓଭରରେ ୧୪୦/୯ (ବାବର ଆଜାମ-୫୦, ହାଫିଜ୍‌-୩୨; ଲିଣ୍ଡେ-୩/୨୩, ଓ୍ବିଲିୟମ୍ସ-୩/୩୫)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri