Posted inଖେଳ

ଦ୍ୱିତୀୟ ଟି୨୦ରେ ଦକ୍ଷିଣ ଆଫ୍ରିକା ବିଜୟୀ

ଜୋହାନ୍ସବର୍ଗ,୧୩ା୪-ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୬ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ଫଳରେ ଦୁଇ ଦଳ ମଧ୍ୟରେ ଚାଲିଥିବା ୪ ମ୍ୟାଚବିଶିଷ୍ଟ ସିରିଜ ୧-୧ ସ୍ତରକୁ ଚାଲିଆସିଛି। ଦୁଇ ଦଳ ମଧ୍ୟରେ ଗତ ଶନିବାର ଅନୁଷ୍ଠିତ ପ୍ରଥମ ଟି୨୦ରେ ପାକିସ୍ତାନ ୪ ଉଇକେଟରେ ବିଜୟ ଲାଭ କରିଥିଲା। ତୃତୀୟ ଟି୨୦ ସେଞ୍ଚୁରିଅନର ସୁପର ସ୍ପୋର୍ଟପାର୍କଠାରେ ଖେଳାଯିବ।
ସୋମବାର ମ୍ୟାଚରେ ୧୪୧ ରନର ବିଜୟ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୧୪ ଓଭରରେ ୪ ଉଇକେଟ ବିନିମୟରେ ହାସଲ କରିନେଇଥିଲା। ଦଳ ପକ୍ଷରୁ ଏଡେନ ମାରକ୍ରାମ ସର୍ବାଧିକ ୫୪ରନ କରିଥିବାବେଳେ ଅଧିନାୟକ ହେନରିକ୍‌ କ୍ଲାସେନ ୩୬ ଓ ଜର୍ଜ ଲିଣ୍ଡେ ୨୦ରନ କରି ଅପରାଜିତ ରହିଥିଲେ। ଭ୍ରମଣକାରୀ ଦଳ ପକ୍ଷରୁ ଉସ୍‌ମାନ କାଦିର ୨ ଉଇକେଟ ଅକ୍ତିଆର କରିଥିବାବେଳେ ମହମ୍ମଦ ହସନେନ ଓ ହସନ ଅଲି ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ ବିନିମୟରେ ୧୪୦ ରନ କରିଥିଲା। ଦଳ ପକ୍ଷରୁ ଟପ୍‌ ସ୍କୋରର ଅଧିନାୟକ ବାବର ଆଜାମ ୫୦ରନ କରିଥିଲେ। ମହମ୍ମଦ ହାଫିଜ ୩୨ ଏବଂ ହାଇଦର ଅଲି ଓ ହସନ ଅଲି ୧୨ ରନ ଲେଖାଏ କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଦୁଇଅଙ୍କ ସ୍ପର୍ଶ କରିପାରି ନ ଥିଲେ। ଜର୍ଜ ଲିଣ୍ଡେ ଓ ଲିଜାର୍ଡ ଓ୍ବିଲିୟମ୍ସ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର
ପାକିସ୍ତାନ: ୨୦ ଓଭରରେ ୧୪୦/୯ (ବାବର ଆଜାମ-୫୦, ହାଫିଜ୍‌-୩୨; ଲିଣ୍ଡେ-୩/୨୩, ଓ୍ବିଲିୟମ୍ସ-୩/୩୫)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri