Posted inଖେଳ

ଦକ୍ଷିଣ ଆଫ୍ରିକା ୩-୨ରେ ସିରିଜ ବିଜୟୀ

ସେଣ୍ଟ ଜର୍ଜ (ଗ୍ରେନେଡା), ୫ା୭ (ଏପି)-ସ୍ଥାନୀୟ ନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ୫ମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୨୫ରନରେ ଓ୍ବେଷ୍ଟଇଣ୍ଡିିଜକୁ ପରାସ୍ତ କରିଛି। ଏଡେନ ମାରକ୍ରାମ ଓ କ୍ୱିଣ୍ଟନ ଡି’କକ୍‌ ଦ୍ୱିତୀୟ ଉଇକେଟରେ ୧୨୭ରନ ଯୋଗ କରି ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ବିଜୟ ଦ୍ୱାରା ଦକ୍ଷିଣ ଆଫ୍ରିକା ୩-୨ରେ ସିରିଜ ବିଜୟ ହାସଲ କରିଛି। ଏଡେନ ମାରକ୍ରାମ ପ୍ଲେୟର ଅଫ୍‌ ଦି ମ୍ୟାଚ ଏବଂ ଟାବ୍ରେଜ୍‌ ଶାମ୍‌ସି ପ୍ଲେୟର ଅଫ୍‌ ଦି ସିରିଜ ହୋଇଛନ୍ତି। ମାରକ୍ରାମ ତାଙ୍କ କ୍ୟାରିୟର ଶ୍ରେଷ୍ଠ ୭୦ରନ (୪୮ବଲ୍‌, ୩ ଚୌକା ଓ ୪ ଛକା) ସଂଗ୍ରହ କରିଥିଲେ। ଡି’କକ୍‌ ୪୨ ବଲ୍‌ରୁ ୪ ଚୌକା ଓ ୨ ଛକା ସହ ୬୦ ରନ କରିଥିଲେ। ଦକ୍ଷିଣ ଆଫ୍ରିକା ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ବିନିମୟରେ ୧୬୮ରନ କରିଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ ନିର୍ଦ୍ଧାରିତ ଓଭରରେ ୯ଉଇକେଟ ବିନିମୟରେ ୧୪୩ ରନ କରିଥିଲା।
ସଂକ୍ଷିପ୍ତ ସ୍କୋର
ଦକ୍ଷିଣ ଆଫ୍ରିକା: ୨୦ ଓଭରରେ ୧୬୮/୪ (ମାରକ୍ରାମ-୭୦, ଡି’କକ୍‌-୬୦, ଫିଡେଲ ଏଡଓ୍ବାଡର୍‌ସ-୨/୧୯)।
ଓ୍ବେଷ୍ଟଇଣ୍ଡିଜ: ୨୦ ଓଭରରେ ୧୪୩/୯ (ଏଭିନ୍‌ ଲୁଇସ୍‌-୫୨, ସିମରନ ହେଟମେୟର-୩୩, ଲୁନ୍‌ଗି ଏନ୍‌ଗିଡି-୩/୩୨, କାଗିସୋ ରାବାଡା-୨/୨୪, ଓ୍ବିଆନ ମଲ୍ଡର-୨/୩୧)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri