Posted inଖେଳ

ଧର୍ମ ସଙ୍କଟରେ ଦକ୍ଷିଣ ଆଫ୍ରିକା ଖେଳାଳି

ନୂଆଦିଲ୍ଲୀ,୭।୩ : ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୫ତମ ସଂସ୍କରଣ। ଏହି ସିଜନରେ ଦକ୍ଷିଣ ଆଫ୍ରିକୀୟ ଖେଳାଳି ଅଂଶଗ୍ରହଣ କରିବେ କି ନାହିଁ, ତାହା ଅନିଶ୍ଚିତତାରେ ଘେରି ହୋଇଯାଇଛି। କାରଣ ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳର ଅଧିନାୟକ ଡିନ ଏଲଗାର ସାଥି ଖେଳାଳିଙ୍କୁ ଆଇପିଏଲ ପରିବର୍ତ୍ତେ ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ବାଛିବାକୁ କହିଛନ୍ତି। ଫଳରେ ଧର୍ମ ସଙ୍କଟ ଭଳି ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି ଆଇପିଏଲରେ ଖେଳିବା ଲାଗି ଚୁକ୍ତି କରିଥିବା ଖେଳାଳିମାନେ।

ଦକ୍ଷିଣ ଆଫ୍ରିକାକୁ ବାଂଲାଦେଶ ସହ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଖେଳିବାର ଅଛି। ତା’ ପରେ ଦୁଇଟିକିଆ ଟେଷ୍ଟ ସିରିଜ୍‌ ଖେଳାଯିବ। ଏହି ସିରିଜ୍‌ ୧୮ ତାରିଖରୁ ଆରମ୍ଭ ହେଉଥିବା ବେଳେ ଆଇପିଏଲ ଆସନ୍ତା ୨୬ରୁ ମେ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଇଏସ୍‌ପିଏନ୍‌ କ୍ରିକ୍‌ଇନ୍‌ଫୋରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ, କ୍ରିକେଟ ଦକ୍ଷିଣ ଆଫ୍ରିକା(ସିଏସ୍‌ଏ) ନିଷ୍ପତ୍ତି ଖେଳାଳିଙ୍କ ଉପରେ ଛାଡ଼ି ଦେଇଛି।

“ଆଇପିଏଲ ପାଇଁ ଇଚ୍ଛୁକ ଥିଲେ ଖେଳାଳିଙ୍କୁ ସିଏସ୍‌ଏକୁ ଜଣାଇବାକୁ ପଡ଼ିବ। ଖେଳାଳିଙ୍କ ପାଇଁ ନିଷ୍ପତ୍ତି ନେବା କଷ୍ଟକର। ଆଇପିଏଲ ପୂର୍ବରୁ ଏହା ଦକ୍ଷିଣ ଆଫ୍ରିକୀୟ କ୍ରିକେଟରଙ୍କ ପାଇଁ ବିଶ୍ୱସ୍ତତାର ପରୀକ୍ଷା” ବୋଲି ଏଲଗାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri