Posted inଖେଳ

ଦକ୍ଷିଣ ଆଫ୍ରିକାର ବ୍ୟାଟିଂ ବିପର୍ଯ୍ୟୟ

ମେଲବୋର୍ନ,୨୭ା୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ’ ଟେଷ୍ଟରେ ପୁଣି ଥରେ ଦକ୍ଷିଣ ଆଫ୍ରିକାର ବ୍ୟାଟିଂ ବିପର୍ଯ୍ୟୟ। ପେସ୍‌ ବୋଲର କାମେରନ୍‌ ଗ୍ରୀନ୍‌ଙ୍କ ଘାତକ ବୋଲିଂର ସାମ୍ନା କରି ନ ପାରି ସାଉଥ୍‌ ଆଫ୍ରିକା ୧୮୯ ରନ୍‌ରେ ଅଲଆଉଟ ହୋଇଥିବା ବେଳେ ପ୍ରଥମ ଦିନର ଷ୍ଟମ୍ପ ଅପସାରଣ ସୁଦ୍ଧା ଅଷ୍ଟ୍ରେଲିଆ ୧ ଉଇକେଟ ହରାଇ ୪୫ ରନ୍‌ ସଂଗ୍ରହ କରିଛି। ମେଲବୋର୍ନ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ପ୍ରବଳ ମାତ୍ରାରେ ଦର୍ଶକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ପ୍ରଥମ ଦିନରେ ୬୪,୮୭୬ ଦର୍ଶକ ଷ୍ଟାଡିୟମରେ ଉପସ୍ଥିତ ରହିଥିଲେ। ଘରୋଇ ଦର୍ଶକଙ୍କ ଆଗରେ ଗ୍ରୀନ୍‌ଙ୍କ ଘାତକ ବୋଲିଂ ଦକ୍ଷିଣ ଆଫ୍ରିକା ବ୍ୟାଟିଂର ମେରୁଦଣ୍ଡ ଭାଙ୍ଗି ଦେଇଥିଲା। ଟେଷ୍ଟ କ୍ରିକେଟରେ ଗ୍ରୀନ୍‌ ନିଜର ପ୍ରଥମ ୫ ଉଇକେଟ ସଫଳତା ହାସଲ କରିଥିବା ବେଳେ ଦକ୍ଷିଣ ଆଫ୍ରିକା ୧୦ ରନ୍‌ରେ ନିଜର ଶେଷ ୫ ଉଇକେଟ ହରାଇଥିଲା। ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିଥିଲା। ଦୁଇ ଓପ୍‌ନର ଡିନ୍‌ ଏଲ୍‌ଗାର (୨୬) ଓ ସାରେଲ ଏରଓ୍ବି(୧୮) ପ୍ରଥମ ଉଇକେଟରେ ଯୋଡ଼ିଥିଲେ ୨୯ ରନ୍‌। ତେବେ ଦଳୀୟ ସ୍କୋର ୫୬ ରନ୍‌ରେ ଥେନୁସ୍‌ ଡି ବ୍ରୁଇନ୍‌(୧୨) ଆଉଟ ହେବା ପରେ ଦଳ ଏକ ମିନି ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ମଧ୍ୟକ୍ରମ ବ୍ୟାଟରଙ୍କ ବିଫଳତା କାରଣରୁ ଦଳ ୬୭ ରନ୍‌ରେ ୫ ଉଇକେଟ ହରାଇ ସଙ୍କଟରେ ପଡିଥିଲା। ତେବେ ଉଇକେଟ୍‌କିପର କାଇଲ ଭେରେୟିନ୍‌ ୫୨ ଓ ନିମ୍ନକ୍ରମ ବ୍ୟାଟର ମାର୍କୋ ଜାନସେନ୍‌ ଅର୍ଦ୍ଧଶତକୀୟ(୫୯ ରନ୍‌)ଇନିଂସ ଖେଳି ଦଳକୁ ସଙ୍କଟରୁ ଉଦ୍ଧାର କରିଥିଲେ। ଭେରେୟିନ୍‌ ୯୯ ବଲ୍‌ ଖେଳି ୩ ଚୌକା ମାରିଥିବା ବେଳେ ଜାନସେନ୍‌ ୧୩୬ ବଲ୍‌ ଖେଳି ୧୦ ଚୌକା ମାରିଥିଲେ। ଗ୍ରୀନ୍‌ ସର୍ବାଧିକ ୫ ଉଇକେଟ ନେଇଥିବା ବେଳେ ମିଚେଲ୍‌ ଷ୍ଟାର୍କ ୨, ସ୍କଟ୍‌ ବୋଲାଣ୍ଡ ଓ ନାଥନ ଲିୟନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପ୍ରଥମ ଦିନର ଖେଳ ଶେଷହେବା ସୁଦ୍ଧା ଅଷ୍ଟ୍ରେଲିଆ ୧ ଉଇକେଟରେ ୪୫ ରନ୍‌ କରିଛି। ଉସ୍‌ମାନ ଖ୍ବାଜା ୧ ରନ୍‌ କରି କାଗିସୋ ରବାଡାଙ୍କ ବଲରେ ଆଉଟ ହୋଇଥିବା ବେଳେ ଡେଭିଡ୍‌ ଓ୍ବାର୍ନର ୩୨ ଓ ମାର୍ନସ ଲାବୁଶେନ୍‌ ୫ ରନରେ ବ୍ୟାଟିଂ କରୁଛନ୍ତି। ଉଲ୍ଲେଖଯୋଗ୍ୟ, ୩ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜରେ ଦକ୍ଷିଣ ଆଫ୍ରିକା ପ୍ରଥମ ମ୍ୟାଚ୍‌ରେ ପରାଜିତ ହେବା ସହିତ ୧-୦ରେ ପଛୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?