Posted inଖେଳ

ଦକ୍ଷିଣ ଆଫ୍ରିକାର ଇନିଂସ ବିଜୟ

ସେଞ୍ଚୁରିଅନ, ୩୦ା୧୨- ସ୍ଥାନୀୟ ସୁପର ସ୍ପୋର୍ଟ ପାର୍କଠାରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ୧ ଇନିଂସ ଓ ୪୫ ରନରେ ବିଜୟ ହାସଲ କରିଛି। ମ୍ୟାଚବେଳେ ଶ୍ରୀଲଙ୍କାର ୫ ବୋଲରଙ୍କ ମଧ୍ୟରୁ ୪ଜଣ ଆଘାତପ୍ରାପ୍ତ ହୋଇଛନ୍ତି। ମଙ୍ଗଳବାର ଥିଲା ମ୍ୟାଚର ଚତୁର୍ଥ ଦିବସ। ପୂର୍ବଦିନର ଅସମାପ୍ତ ସ୍କୋର ୬୫/୨ରୁ ବ୍ୟାଟିଂ ଆରମ୍ଭ କରିଥିବା ଶ୍ରୀଲଙ୍କାର ଦ୍ୱିତୀୟ ଇନିଂସ ଶେଷ କରିବା ଲାଗି ଦକ୍ଷିଣ ଆଫ୍ରିକାର ଫାଷ୍ଟ ବୋଲରମାନେ ଗୋଟିଏ ସେସନରୁ ସାମାନ୍ୟ ଅଧିକ ସମୟ ନେଇଥିଲେ। ଭ୍ରମଣକାରୀ ଦଳ ୪୬.୧ ଓଭରରେ ୧୮୦ରନ କରି ଅଲଆଉଟ ହୋଇଯାଇଥିଲା। ଜଙ୍ଘରେ ଆଘାତପ୍ରାପ୍ତ ଯୋଗୁ ଅଲରାଉଣ୍ଡର ଧନଞ୍ଜୟ ସିଲ୍‌ଭା ବ୍ୟାଟିଂ କରିବା ଲାଗି ଆସିପାରି ନ ଥିଲେ। ଫଳତଃ ବିଜୟ ପାଇଁ ଦକ୍ଷିଣ ଆଫ୍ରିକା ୯ ଉଇକେଟ ଆବଶ୍ୟକ କରୁଥିଲା। କୁସାଲ ପେରେରା (୬୪) ଓ ଓ୍ବାନିଣ୍ଡୁ ହାରଙ୍ଗା (୫୯)ଙ୍କ ଲଢୁଆ ବ୍ୟାଟିଂ ସତ୍ତ୍ୱେ ଘରୋଇ ଦଳ ମଙ୍ଗଳବାର ପ୍ରଥମ ସେସନ ଖେଳରେ ୫ ଉଇକେଟ ଏବଂ ଅବଶିଷ୍ଟ ୨ ଉଇକେଟ ମଧ୍ୟାହ୍ନଭୋଜନର ଅଧଘଣ୍ଟାରୁ କମ୍‌ ସମୟ ମଧ୍ୟରେ ଖସାଇ ଦେଇଥିଲା। ଏହି ଇିନଂସରେ ଦକ୍ଷିଣ ଆଫ୍ରିକା ପେସ୍‌ ବୋଲର ଲୁନ୍‌ଗି ଏନ୍‌ଗିିଡି, ଏନ୍‌ରିଚ୍‌ ନୋର୍ଜେ, ଓ୍ବିଆନ୍‌ ମୋଲ୍ଡର ଏବଂ ଲୁଥୋ ସିପାମ୍ଲା ପ୍ରତ୍ୟେକ ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଶ୍ରୀଲଙ୍କା ପ୍ରଥମ ଇନିଂସ୍‌ ଦକ୍ଷିଣ ଆଫ୍ରିକାରେ ଏହାର ସର୍ବାଧିକ ୩୯୬ରନ ସଂଗ୍ରହ କରିଥିଲେ ମଧ୍ୟ ମ୍ୟାଚରେ ପରାଜିତ ହୋଇଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ଜାନୁୟାରୀ ୭ରୁ ଜୋହାନ୍ସବର୍ଗଠାରେ ଖେଳାଯିବ।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ପ୍ରଥମ ଇନିଂସ: ୩୯୬
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ: ୬୨୧ ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ: ୧୮୦ (କୁଶାଲ ପେରେରା-୬୪, ଓ୍ବାନିଣ୍ଡୁ ହସରଙ୍ଗା-୫୯, ଲୁଥୋ ସିପାମ୍ଲା-୨/୨୪, ଲୁନ୍‌ଗି ଏନଗିଡି-୨/୩୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri