Posted inଖେଳ

ଦକ୍ଷିଣ ଆଫ୍ରିକାର ଇନିଂସ ବିଜୟ

ସେଞ୍ଚୁରିଅନ, ୩୦ା୧୨- ସ୍ଥାନୀୟ ସୁପର ସ୍ପୋର୍ଟ ପାର୍କଠାରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ୧ ଇନିଂସ ଓ ୪୫ ରନରେ ବିଜୟ ହାସଲ କରିଛି। ମ୍ୟାଚବେଳେ ଶ୍ରୀଲଙ୍କାର ୫ ବୋଲରଙ୍କ ମଧ୍ୟରୁ ୪ଜଣ ଆଘାତପ୍ରାପ୍ତ ହୋଇଛନ୍ତି। ମଙ୍ଗଳବାର ଥିଲା ମ୍ୟାଚର ଚତୁର୍ଥ ଦିବସ। ପୂର୍ବଦିନର ଅସମାପ୍ତ ସ୍କୋର ୬୫/୨ରୁ ବ୍ୟାଟିଂ ଆରମ୍ଭ କରିଥିବା ଶ୍ରୀଲଙ୍କାର ଦ୍ୱିତୀୟ ଇନିଂସ ଶେଷ କରିବା ଲାଗି ଦକ୍ଷିଣ ଆଫ୍ରିକାର ଫାଷ୍ଟ ବୋଲରମାନେ ଗୋଟିଏ ସେସନରୁ ସାମାନ୍ୟ ଅଧିକ ସମୟ ନେଇଥିଲେ। ଭ୍ରମଣକାରୀ ଦଳ ୪୬.୧ ଓଭରରେ ୧୮୦ରନ କରି ଅଲଆଉଟ ହୋଇଯାଇଥିଲା। ଜଙ୍ଘରେ ଆଘାତପ୍ରାପ୍ତ ଯୋଗୁ ଅଲରାଉଣ୍ଡର ଧନଞ୍ଜୟ ସିଲ୍‌ଭା ବ୍ୟାଟିଂ କରିବା ଲାଗି ଆସିପାରି ନ ଥିଲେ। ଫଳତଃ ବିଜୟ ପାଇଁ ଦକ୍ଷିଣ ଆଫ୍ରିକା ୯ ଉଇକେଟ ଆବଶ୍ୟକ କରୁଥିଲା। କୁସାଲ ପେରେରା (୬୪) ଓ ଓ୍ବାନିଣ୍ଡୁ ହାରଙ୍ଗା (୫୯)ଙ୍କ ଲଢୁଆ ବ୍ୟାଟିଂ ସତ୍ତ୍ୱେ ଘରୋଇ ଦଳ ମଙ୍ଗଳବାର ପ୍ରଥମ ସେସନ ଖେଳରେ ୫ ଉଇକେଟ ଏବଂ ଅବଶିଷ୍ଟ ୨ ଉଇକେଟ ମଧ୍ୟାହ୍ନଭୋଜନର ଅଧଘଣ୍ଟାରୁ କମ୍‌ ସମୟ ମଧ୍ୟରେ ଖସାଇ ଦେଇଥିଲା। ଏହି ଇିନଂସରେ ଦକ୍ଷିଣ ଆଫ୍ରିକା ପେସ୍‌ ବୋଲର ଲୁନ୍‌ଗି ଏନ୍‌ଗିିଡି, ଏନ୍‌ରିଚ୍‌ ନୋର୍ଜେ, ଓ୍ବିଆନ୍‌ ମୋଲ୍ଡର ଏବଂ ଲୁଥୋ ସିପାମ୍ଲା ପ୍ରତ୍ୟେକ ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଶ୍ରୀଲଙ୍କା ପ୍ରଥମ ଇନିଂସ୍‌ ଦକ୍ଷିଣ ଆଫ୍ରିକାରେ ଏହାର ସର୍ବାଧିକ ୩୯୬ରନ ସଂଗ୍ରହ କରିଥିଲେ ମଧ୍ୟ ମ୍ୟାଚରେ ପରାଜିତ ହୋଇଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ଜାନୁୟାରୀ ୭ରୁ ଜୋହାନ୍ସବର୍ଗଠାରେ ଖେଳାଯିବ।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ପ୍ରଥମ ଇନିଂସ: ୩୯୬
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ: ୬୨୧ ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ: ୧୮୦ (କୁଶାଲ ପେରେରା-୬୪, ଓ୍ବାନିଣ୍ଡୁ ହସରଙ୍ଗା-୫୯, ଲୁଥୋ ସିପାମ୍ଲା-୨/୨୪, ଲୁନ୍‌ଗି ଏନଗିଡି-୨/୩୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri