Posted inଖେଳ

ଦକ୍ଷିଣ ଆଫ୍ରିକା ଆଗରେ ୧୭୦ ରନ୍‌ର ଟାର୍ଗେଟ୍‌

ରାଜକୋଟ,୧୭।୬: ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଶୁକ୍ରବାର ଭାରତ ଓ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ୍‌ର ଚତୁର୍ଥ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୬୯ ରନ୍‌ କରିଛି। ଫଳରେ ଦକ୍ଷିଣ ଆଫ୍ରିକା ଆଗରେ ୧୭୦ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଭାରତ।

ଭାରତର ଓପନିଂ ବ୍ୟାଟର ଇଶାନ କିଷନ ଏବଂ ଋତୁରାଜ ଗାଇକକ୍ବାଡ ବ୍ୟାଟିଂ ଆରମ୍ଭ କରିଥିଲେ। ହେଲେ ପ୍ରାରମ୍ଭରୁ ଭାରତକୁ ଝଟ୍‌କା ଲାଗିଥିଲା। ଦ୍ୱିତୀୟ ଓଭରରେ ଋତୁରାଜ ଗାଇକକ୍ବାଡ ୫ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ସେହିପରି ଇଶାନ କିଷନ ୨୭ ରନ୍‌ (୩ ଚଉକା, ୧ଛକା) କରି ଦ୍ୱିତୀୟ ଉଇକେଟ ଭାବେ ଆଉଟ୍‌ ହୋଇଥିଲେ। ଶେୟସ୍‌ ଆୟର (୪ରନ୍‌) ମଧ୍ୟ ବିଶେଷ କିଛି କରିପାରି ନ ଥିଲେ। ସେହିପର ଅଧିନାୟକ ଋଷଭ ପନ୍ତ ୧୭ ରନ୍‌ କରି ପୁଣି ଫେଲ ମାରିଥିଲେ। ଏଭଳି ସ୍ଥିତିରେ ଭାରତ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ସଂକଟରେ ପଡି ଯାଇଥିଲା। ହେଲେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧର୍ଯ୍ୟପୂର୍ଣ୍ଣ ୪୬ ରନ୍‌ (୩ ଚଉକା ଏବଂ ୩ଛକା ) ଏବଂ ଦିନେଶ କାର୍ତ୍ତିକ ୨୬ ବଲରେ ୫୫ରନ୍‌ର(୯ ଚଉକା ଏବଂ ୨ଛକା ) ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ବଳରେ ଭାରତ ୧୬୯ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଫଳରେ ଭାରତ ଦକ୍ଷିଣ ଆଫ୍ରିକାର ଆଗରେ ୧୪୯ ରନ୍‌ର ଟାର୍ଗେଟ୍‌ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri