ତଦନ୍ତ ଘେରରେ ସାଉଥସିଟି ହୋଟେଲ, ମୁଖ୍ୟ ଅଭିଯୁକ୍ତ କିଏ…

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚାର ପରିସରକୁ ଆସିଥିବା ପାତ୍ରପଡ଼ାସ୍ଥିତ ସାଉଥ ସିଟି ହୋଟେଲ ଆଣ୍ଡ ବାର୍‌ର କାର୍ଯ୍ୟକଳାପ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ହୋଟେଲ ଓ ବାର୍‌କୁ ସିଲ୍‌ କରାଯାଇଛି। ମନୀଷଙ୍କ ମୃତ୍ୟୁ ପୂର୍ବରୁ ସେହିଦିନ ରାତିରେ ଜଣେ ପୋଲିସ କର୍ମଚାରୀଙ୍କ ଉପସ୍ଥିତି ନେଇ ଅଭିଯୋଗ ଆସିବା ପରେ ଘଟଣାର ତଦନ୍ତ ଜଣେ ଅତିରିକ୍ତ ଡିସିପିଙ୍କ ଦ୍ୱାରା କରାଯାଉଛି ବୋଲି ଡିସିପି ଉମାଶଙ୍କର ଦାସ କହିଛନ୍ତି। ଭୁବନେଶ୍ୱର ହାବିଲ୍‌ଦାର ଓ କନଷ୍ଟେବଳ ସଂଘ ସମ୍ପାଦକ ପ୍ରସନ୍ନ ବେହେରା ଉକ୍ତ ବାରକୁ ତାଙ୍କ ଭାଇଙ୍କ ନାମରେ ଲିଜ୍‌ରେ ନେଇ ଚଳାଉଥିବା ଜଣାପଡ଼ିଛି। ତେଣୁ ପୋଲିସ ଘଟଣାକୁ ଗମ୍ଭୀରତାର ସହ ନେଇ ତଦନ୍ତ ଆରମ୍ଭ କରିଛି। କୋଭିଡ୍‌ କଟକଣା ଏବଂ ସହରର ସମସ୍ତ ବାର୍‌ ରାତି ୧୦ଟା ପରେ ତାଲା ପଡୁଥିବାବେଳେ ସାଉଥ ସିଟି ବାର୍‌ ରାତି ତମାମ ଖୋଲା ରହୁଥିଲା। ଏନେଇ ସ୍ଥାନୀୟ ଲୋକ ଅଭିଯୋଗ କରିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିଲା। ଗତ ୯ତାରିଖ ବିଳମ୍ବିତ ରାତିରେ ଉକ୍ତ ବାର୍‌ରେ ବିଲ୍‌ ପଇଠକୁ ନେଇ ମନୀଷ ଏବଂ ଅଭିଯୁକ୍ତଙ୍କ ମଧ୍ୟରେ ବଚସା ହେବା ପରେ ପୋଲିସ କଣ୍ଟ୍ରୋଲ ରୁମ୍‌କୁ ଫୋନ ଆସିଥିଲା। ସୂଚନା ପାଇ ତମାଣ୍ଡୋ ଥାନା ଅଧୀନରେ ଥିବା ପିସିଆର ଭ୍ୟାନ ପହଞ୍ଚତ୍ଥିଲା। ହେଲେ ହେଟେଲରେ ପୋଲିସ କର୍ମଚାରୀଙ୍କୁ ଭ୍ୟାନ୍‌ ଦେଖି ଫେରି ଆସିଥିଲା।

ମନୀଷଙ୍କ ମୃତ୍ୟୁ ପରେ ତାଙ୍କ ମୋବାଇଲକୁ ଅଭିଯୁକ୍ତମାନେ ନେଇଯାଇଥିଲେ, ଯାହାକି ବର୍ତ୍ତମାନ ସୁଦ୍ଧା ମିଳିପାରି ନାହିଁ। ମନୀଷଙ୍କ ମୃତ୍ୟୁକୁ ଲୁଚାଇବାକୁ ଉଦ୍ୟମ କରିଥିବା ୩ ସାଙ୍ଗଙ୍କୁ ଗିରଫ କରାଯାଇଥିଲେ ସୁଦ୍ଧା କାହା ଆଘାତରେ ମନୀଷଙ୍କ ମୃତ୍ୟୁ ହେଲା, କିଏ ପାଣିକୁ ଫିଙ୍ଗିଲେ, ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ପୋଲିସ ଦେଇନାହିଁ। ଅଭିଯୁକ୍ତମାନେ ପୋଖରୀ ପାଖରେ ଓଦା ଅବସ୍ଥାରେ ଥିବା ଜଣେ ପ୍ରତ୍ୟକ୍ଷଦର୍ଶୀ ଦେଖିଥିବା ଡିସିପି କହିଛନ୍ତି। ସିସିଟିଭି ଫୁଟେଜ, ଶେଷ ଫୋନ କଲ୍‌ ରେକର୍ଡ ଏବଂ ସାକ୍ଷୀଙ୍କ ବୟାନକୁ ନେଇ ଅଭିଯକ୍ତଙ୍କୁ କିପରି ଦୋଷୀ ପ୍ରମାଣିତ କରାଯିବ ତାକୁ ନେଇ ପ୍ରଶ୍ନ ଉଠୁଛି। ବ୍ୟବଚ୍ଛେଦ ରିପୋର୍ଟ, ଏଫ୍‌ଏମ୍‌ଟି ଓ ଅନ୍ୟାନ୍ୟ ରିପୋର୍ଟକୁ ଅପେକ୍ଷା ଥିବାବେଳେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବାକୁ ପୋଲିସ ଆବେଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri