ପ୍ରେମ ପାଇଁ ଧର୍ମ ପରିବର୍ତ୍ତନ କରିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ: ହେଲେ ଆଜି ପର୍ଯ୍ୟନ୍ତ ଅଛନ୍ତି ଅବିବାହିତ

ଦକ୍ଷିଣ ଭାରତୀୟ ଫିଲ୍ମର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ନୟନତାରା। ସବୁଠାରୁ ଅଧିକ ଫିସ୍‌ ନେଉଥିବା ଅଭିନେତ୍ରୀଙ୍କ ତାଲିକାରେ ରହିଛି ତାଙ୍କ ନାମ। ଆଜି ଅର୍ଥାତ୍‌ ୧୮ ନଭେମ୍ବର ହେଉଛି ଏହି ସୁନ୍ଦରୀ ଅଭିନେତ୍ରୀଙ୍କ ଜନ୍ମଦିନ। ୧୯୮୪ ମସିହାରେ ଏକ ମଲାୟାଲୀ ଖ୍ରୀଷ୍ଟିଆନ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ। ଫିଲ୍ମ ସହ ବ୍ୟକ୍ତିଗତ ଜୀବନକୁ ନେଇ ନୟନତାରା ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି।
କଲେଜ ସମୟରୁ ନୟନତାରା ମଡେଲିଂ କରୁଥିଲେ। ୨୦୦୩ ମସିହାରେ ନିର୍ଦ୍ଦେଶକ ସାଥ୍ୟାନ୍‌ନ ଅଣ୍ଠିକଡ ତାଙ୍କୁ ଫିଲ୍ମ ‘ମନାସିନାକ୍‌ରେ’ରେ ସୁଯୋଗ ଦେଇଥିଲେ। ଏହା ପରେ ସେ ଆଉ ପଛକୁ ଫେରି ଚାହିଁ ନ ଥିଲେ। ଗୋଟିଏ ପରେ ଗୋଟିଏ ସଫଳ ସିନେମାରେ କାମ କଲେ। ପରେ ସେ ତାମିଲ ଏବଂ ତେଲୁଗୁ ଫିଲ୍ମରେ ମଧ୍ୟ କାମ କରିବାକୁ ଲାଗିଲେ। ନୟନତାରା ଖ୍ରୀଷ୍ଟିଆନ ପରିବାରରେ ଜନ୍ମଗ୍ରହଣ କରିଥିଲେ ମଧ୍ୟ ସେ ହିନ୍ଦୁ ଧର୍ମ ଗ୍ରହଣ କରିଥିଲେ। ଚେନ୍ନାଇର ଆର୍ଯ୍ୟ ସମାଜ ମନ୍ଦିରରେ ସେ ନିଜର ଧର୍ମ ପରିବର୍ତ୍ତନ କରିଥିଲେ। ତେବେ ନିଜର ପ୍ରେମ ପାଇଁ ସେ ଏପରି କରିଥିବା କୁହାଯାଏ।
ଲଭ୍‌ ଲାଇଫ୍‌କୁ ନେଇ ନୟନତାରା ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସର୍ବପ୍ରଥମେ ତାଙ୍କ ନାମ ନିର୍ଦ୍ଦେଶକ ତଥା ଅଭିନେତା ସିଲାମ୍ବରସନ ରାଜେନ୍ଦ୍ରଙ୍କ ସହ ଯୋଡା ଯାଉଥିଲା। ମାତ୍ର ୨୦୦୬ରେ ତାଙ୍କ ସହ ବ୍ରେକ୍‌ଅପ୍‌ ହୋଇଥିବା ଅଭିନେତ୍ରୀ ନିଜେ ଏକ ସାକ୍ଷାତକାରେ କହିଥିଲେ। ପରେ ୨୦୦୮ରେ ପ୍ରଭୁ ଦେବାଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ସେ ସବୁଠାରୁ ଅଧିକ ଚର୍ଚ୍ଚାରେ ରହିଥିଲେ। ୨୦୦୯ରେ ଉଭୟ ଲୁଚିଛପି ବିବାହ କରିଥିବା ମଧ୍ୟ କୁହାଯାଉଥିଲା। ଏପରିକି ନୟନତାତା ପ୍ରଭୁ ଦେବାଙ୍କ ପାଇଁ ନିଜ ହାତରେ ଏକ ଟାଟୁ ମଧ୍ୟ କରିଥିଲେ। କିନ୍ତୁ ଆଜି ପର୍ଯ୍ୟନ୍ତ ନୟନତାରା ଅବିବାହିତା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉ ଯାଉ ପୁଣି ଫେରିବ ମୌସୁମୀ, ଜାରି ହେଲା ‘ମେଗା ଆଲର୍ଟ’, ୨୨ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୫।୯: ଉତ୍ତର ଭାରତରୁ ଆରମ୍ଭ କରି ଦେଶର ପୂର୍ବ ଓ ପଶ୍ଚିମ ଅଞ୍ଚଳ ପର୍ଯ୍ୟନ୍ତ ମୌସୁମୀ ସକ୍ରିୟତା ପୁନର୍ବାର ବୃଦ୍ଧି ପାଇଛି। ଭାରତୀୟ ପାଣିପାଗ ବିଭାଗ (IMD)…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ପାକିସ୍ତାନକୁ ବହୁ ପଛରେ ପକାଇଲା ଭାରତ, ରଖିଛି ଏତିକିଟିି ଏସିଆ କପ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୧୫।୯: ଏସିଆ କପରେ ଭାରତର ଆଧିପତ୍ୟ କେବଳ ପୁରୁଷ ଦଳ ମଧ୍ୟରେ ସୀମିତ ନୁହେଁ। ମହିଳା ଦଳ ମଧ୍ୟ କ୍ରମାଗତ ଭାବେ ଉତ୍କୃଷ୍ଟ ପ୍ରଦର୍ଶନ କରି ୨୦୨୬…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ବରୁଣ-ସଞ୍ଜୁ OUT, ବୈଭବ IN? ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟି-୨୦ ପାଇଁ ଭାରତର ପ୍ଲେଇଂ ଇଲେଭେନ…

ନୂଆଦିଲ୍ଲୀ,୧୫।୯: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ସେପ୍ଟେମ୍ବର ୧୫ (ମଙ୍ଗଳବାର) ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?