ହଲୋଇନ ଫେଷ୍ଟିଭାଲରେ ଦଳାଚକଟା. ହୃଦଘାତରେ ୧୪୯ ମୃତ, ଶୋକ ପ୍ରକାଶ କଲେ ବାଇଡେନ, ସୁନକଙ୍କ ସମେତ ସାରା ବିଶ୍ୱର ଅନେକ ନେତା

ସିଓଲ,୩୦ ।୧୦: ଦକ୍ଷିଣ କୋରିଆର ରାଜଧାନୀ ସିଓଲରେ ଚାଲିଥିବା ହଲୋଇନ୍ ଫେଷ୍ଟିଭାଲରେ ଦଳାଚକଟାରେ ଏପର୍ଯ୍ୟନ୍ତ ୧୪୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଘଟଣାରେ ୧୫୦ରୁ ଅଧିକ ଆହତ ବି ହୋଇଛନ୍ତି । ଏହି ଘଟଣା ସମୟରେ କେତେକଙ୍କୁ ହୃଦଘାତ ଆସିବାରୁ ସେମାନଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଘଟଣାକୁ ନେଇ ସାରା ବିଶ୍ୱ ସ୍ତବ୍ଧ ହୋଇଯାଇଛି । କୁହାଯାଉଛି କି ହଲୋଇନ ଫେଷ୍ଟିଭାଲ ସମୟରେ ଏଥିରେ ସାମିଲ ଲୋକେ ଏକ ଛୋଟିଆ ଗଳିରେ ପ୍ରବେଶ କରିବାରୁ ସେଠାରେ ଦଳାଚକଟା ହୋଇଯାଇଥିଲା । ଫଳରେ ଏଭଳି ଦୁର୍ଘଟଣା ଘଟିଛି । ଦକ୍ଷିଣ କୋରିଆର ରାଷ୍ଟ୍ରପତି ୟୁନ ସୁକ ୟେେଓାଲ ଆହତଙ୍କର ତୁରନ୍ତ ଚିିକତ୍ସା ନିର୍ଦ୍ଦେଶ ଦେଇଛନ୍ତି ।
ଏହି ଘଟଣାର କିଛି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭିଡିଓରେ ଦେଖିବାକୁ ମିଳିଛି ସଡ଼କ ଉପରେ ଲୋକେ ଏଣେତେଣେ ପଡି ରହିଛନ୍ତି ଆଉ ମେଡିକାଲ ଟିମ ସେମାନଙ୍କୁ ସିପିଆର ଟ୍ରିଟମେଣ୍ଟ ଦେଉଛନ୍ତି । ନିକଟରେ ବ୍ରିଟେନ ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ମୂଲ ଭାରତୀୟ ଋଷି ସୁନକ ଏହି ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି । ଟୁଇଟ କରି ସୁନକ ଲେଖିଛନ୍ତି, ଆଜି ରାତିରେ ସିଓଲରୁ ଏକ ଦୁଃଖଦ ଖବର ଆହିଛି । ଏହି ଘଟଣାରେ ପୀଡ଼ିତ ଓ ଏହି ଦୁଃଖ ସମୟରେ ଦକ୍ଷିଣ କୋରିଆର ସମସ୍ତ ନାଗରିକଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।
ସେହିପରି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଟୁଇଟ କରି ଲେଖିଛନ୍ତି, ସିଓଲରେ ନିଜର ଲୋକଙ୍କୁ ହରାଇଥିବା ପରିବାର ପ୍ରତି ଜିଲ ଓ ମୁଁ ସମବେଦନା ଜଣାଉଛୁ । ଏହି ଦୁଃଖ ସମୟରେ ଦକ୍ଷିଣ କୋରିଆ ସହ ଆମେରିକା ରହିଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛୁ ।
ସେହିପରି କାନାଡାର ପ୍ରଧାନମନ୍ତୀ ଜଷ୍ଟିନ ଟ୍ରୁଡୋ ବି ଟୁଇଟ କରି ଏହି ଘଟଣାକୁ ନେଇ କାନାଡାବାସୀଙ୍କ ପକ୍ଷରୁ ସମବେଦନା ଜଣାଇଛନ୍ତି । ଏହାସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ଅନ୍ୟପଟେ ଫ୍ରାନ୍ସର ରାଷ୍ଟ୍ରପତି ଇମୈନୁଏଲ ମୈକ୍ରୋ ବି ହଲୋଇନ୍ ଫେଷ୍ଟିଭାଲରେ ଦକ୍ଷିଣ କୋରିଆରେ ହୋଇଥିବା ଘଟଣାକୁ ନେଇ ଶୋକ ବ୍ୟକ୍ତ କରିଛନ୍ତି । ସେ ଟୁଇଟ କରି ଲେଖିଛନ୍ତି, ସିଓଲରେ ହଲୋଇନ ଫେଷ୍ଟିଭାଲ ସମୟରେ ହୋଇଥିବା ଅଘଟଣକୁ ନେଇ ଦକ୍ଷିଣ କୋରିଆବାସୀଙ୍କୁ ସମବେଦନା ଜଣାଉଛୁ । ଏହି ଦୁଃଖ ସମୟରେ ଫ୍ରାନ୍ସ ଆପଣଙ୍କ ସହ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri