ବିବାହର ୧୦ ବର୍ଷ ପରେ ବାପା ହେବାକୁ ଯାଉଛନ୍ତି ଏହି ଅଭିନେତା

ଦକ୍ଷିଣ ସିନେମାର ସୁପରଷ୍ଟାର ରାମ ଚରଣ ଖୁବ୍‌ଶୀଘ୍ର ବାପା ହେବାକୁ ଯାଉଛନ୍ତି। ତାଙ୍କ ସ୍ତ୍ରୀ ଉପସନା କାମିନେନି ଗର୍ଭବତୀ ଅଛନ୍ତି। ରାମ ଚରଣଙ୍କ ପିତା ଚିରଞ୍ଜୀବୀ ଏକ ପୋଷ୍ଟ ଶେୟାର କରି ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଶ୍ରୀ ହନୁମାନ ଜୀଙ୍କ ଆଶୀର୍ବାଦରେ ଉପାସନା ଏବଂ ରାମ ଚରଣ ସେମାନଙ୍କର ପ୍ରଥମ ସନ୍ତାନ ସ୍ବାଗତ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏହି ପୋଷ୍ଟରେ ଭଗବାନ ହନୁମାନଙ୍କ ଚିତ୍ର ମଧ୍ୟ ଦୃଶ୍ୟମାନ ହେଉଛି। ରାମ ଚରଣ ମଧ୍ୟ ଏହି ପୋଷ୍ଟକୁ ଶେୟାର କରି ଏକ ହୃଦୟର ଇମୋଜି ଦେଇଛନ୍ତି।
୨୦୧୨ରେ ହାଇଦ୍ରାବାଦରେ ଉଭୟ ରାମ ଚରଣ ଏବଂ ଉପାସନା ବିବାହ କରିଥିଲେ। ଦୁହେଁ ଏକ ସ୍ପୋର୍ଟସ କ୍ଲବରେ ପରସ୍ପରକୁ ଭେଟିଥିଲେ ଏବଂ ପରେ ପ୍ରେମରେ ପଡ଼ିଯାଇଥିଲେ। ବ୍ୟକ୍ତିଗତ ଏବଂ ବୃତ୍ତିଗତ ଭାବରେ ରାମ ଚରଣଙ୍କ ୨୦୨୨ ବର୍ଷ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ତାଙ୍କର ଶେଷ ଫିଲ୍ମ ଏସ ରାଜାମୌଲିଙ୍କ ନିର୍ଦ୍ଦେଶିତ ଆରଆରଆର ଥିଲା। ଏହା ବକ୍ସ ଅଫିସ୍‌ରେ ସୁପରହିଟ୍‌ ସାବ୍ୟସ୍ତ ହୋଇଥିଲା। ଏବେ ସେ ପିତା ହେବା ନେଇ ଆଉ ଖୁସି ଖବର ପ୍ରଶଂସକଙ୍କ ସହ ବାଣ୍ଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri