ରାଜ୍ୟର ୨୪ଟି ଜିଲ୍ଲାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ; ଜୁନରେ ୧୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୨୨।୬: ରାଜ୍ୟର ୨୪ଟି ଜିଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ପର୍ଶ କରିଛି। ପାଗ ଅନୁକୂଳ ଥିବାରୁ ମୌସୁମୀ ପୁଣି ସକ୍ରିୟା ହେବା ସହ ବିଭିନ୍ନ ଜିଲାକୁ ପ୍ରବେଶ କରୁଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧ ଜିଲ୍ଲାର କଣ୍ଟାମାଳରେ ସର୍ବାଧିକ ୧୦୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି କଳାହାଣ୍ଡିର ଥୁଆମୂଳରାମପୁରରେ ୧୦୨ ଓ କଟକ ଜିଲ୍ଲା ମାହାଙ୍ଗାରେ ୯୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

ଅନ୍ୟପଟେ ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ହାଲୁକା ବର୍ଷା ଲାଗି ରହିବ। ଏହା ପରେ ବର୍ଷାର ପରିମାଣ ବଢ଼ିବ। ଅନ୍ୟ ୨୫ ଜିଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri