ପୃଥିବୀର ଭବିଷ୍ୟତ ନିର୍ଦ୍ଧାରଣ କରିବ ଦକ୍ଷିଣ-ପୂର୍ବ ଏସିଆ…

ଓ୍ବାଶିଂଟନ,୨୪।୮: ପୃଥିବୀର ଭବିଷ୍ୟତ ନିର୍ଦ୍ଧାରଣ କ୍ଷେତ୍ରରେ ଦକ୍ଷିଣ-ପୂର୍ବ ଏସିଆ ଏବଂ ଭାରତ ମହାସାଗର-ପ୍ରଶାନ୍ତ ମହାସାଗର ଅଞ୍ଚଳ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଆମେରିକା ଉପରାଷ୍ଟ୍ରପତି କମଲା ହାରିସ୍‌ ଏଭଳି କହିଛନ୍ତି। ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିନ୍‌ ଲୁୁଙ୍ଗ୍‌ଙ୍କ ସହିତ ଏକ ବୈଠକରେ ଯୋଗଦେଇ କମଲା ଏପରି ମନ୍ତବ୍ୟ ଦେଇ ଏହି ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଆଗାମୀ ଦିନରେ ପୃଥିବୀରେ ସୃଷ୍ଟି ହେବାକୁଥିବା ଆହ୍ବାନର ମୁକାବିଲା କ୍ଷେତ୍ରରେ ଦକ୍ଷିଣ-ପୂର୍ବ ଏସିଆ ଏବଂ ଭାରତ ମହାସାଗର-ପ୍ରଶାନ୍ତ ମହାସାଗର ଅଞ୍ଚଳ ମଧ୍ୟରେ ଆମେରିକାର ଉତ୍ତମ ବୁଝାମଣା ପ୍ରଭାବଶାଳୀ ସାବ୍ୟସ୍ତ ହେବ ବୋଲି ସେ କହିଛନ୍ତି। ଭବିଷ୍ୟତରେ କରୋନା ଭଳି ମହାମାରୀର ମୁକାବିଲା କ୍ଷେତ୍ରରେ ଗବେଷଣ ଅପରିହାର୍ଯ୍ୟ ହୋଇପଡ଼ିଥିବାବେଳେ ଆମେରିକା ପକ୍ଷରୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବା ନେଇ କମଲା ଗୁରୁତ୍ୱାରୋପ କରିଛନ୍ତି। ଦକ୍ଷିଣ-ପୂର୍ବ ଏସିଆରେ ଚାଇନାର ପ୍ରଭାବ ବୃଦ୍ଧି ପାଉଥିବାବେଳେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା କୂଟନୈତିକ ପଦକ୍ଷେପ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri