ଛତ୍ରପୁର ଗସ୍ତରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ, ବୁଲି ଦେଖିଲେ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁର ସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି । ବ୍ରହ୍ମପୁରଠାରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ଭାବେ ନୂତନ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ପ୍ରଥମ ଛତ୍ରପୁର ଗସ୍ତ ଥିଲା। ଏହି ଗସ୍ତ ସମୟରେ ସେ କାର୍ଯ୍ୟାଳୟର ବିଭିନ୍ନ ବିଭାଗ ବୁଲି ଦେଖିଥିଲେ ।

ସେ ବିଭିନ୍ନ ରେଜିଷ୍ଟର, କର୍ମଚାରୀ ବିବରଣୀ, ନଥିପତ୍ର ଏବଂ ଦୃଶ୍ୟ-ଶ୍ରାବ୍ୟ ଯନ୍ତ୍ରପାତି ଅନୁଧ୍ୟାନ କରିଥିଲେ। ଏଥିସହ ସୂଚନା କେନ୍ଦ୍ର ଓ ପାଠାଗାରରେ ଉପଲବ୍ଧ ଖବରକାଗଜ, ପତ୍ରିକା, ‘ଉତ୍କଳ ପ୍ରସଙ୍ଗ’, ‘ଓଡ଼ିଶା ରିଭ୍ୟୁ’, ‘ପ୍ରଗତି ପ୍ରବାହ’ ଏବଂ ଅନ୍ୟାନ୍ୟ ପୁସ୍ତକର ଷ୍ଟକ୍ ରେଜିଷ୍ଟର ମଧ୍ୟ ଯାଞ୍ଚ କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୌରଭ ପ୍ରଧାନଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟାଳୟର ସମସ୍ତ ସରକାରୀ କାର୍ଯ୍ୟ ସଠିକ୍ ଓ ସୁଚାରୁରୂପେ ସମ୍ପାଦିତ ହେଉଥିବା ଦେଖି ସେ ସନ୍ତୋଷ ବ୍ୟକ୍ତ କରିଥିଲେ।

ଏହା ବ୍ୟତୀତ ସେ କାର୍ଯ୍ୟାଳୟର କର୍ମଚାରୀମାନଙ୍କ ସହ ପ୍ରତ୍ୟକ୍ଷ ଆଲୋଚନା କରିଥିଲେ। ଉପନିର୍ଦ୍ଦେଶକଙ୍କ ଏହି ଗସ୍ତ ସମୟରେ ବରିଷ୍ଠ ରାଜସ୍ୱ ସହାୟକ ଜଗନ୍ନାଥ ବେହେରା, ରୂପଶ୍ରୀ କବି, ଗ୍ରନ୍ଥାଗାରିକ ଶ୍ୟାମଘନ ପାତ୍ର, ରଜାକ ହୁସେନ, ମମତା ମହାନ୍ତି, ରାମମୂର୍ତ୍ତି ଆଚାରୀ, ଭାଗ୍ୟଲକ୍ଷ୍ମୀ ପାତ୍ର ଏବଂ ବଳରାମ ରେଡ୍ଡୀ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦୨୯ରେ ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ! ବିଧାୟିକାଙ୍କ ବଡ଼ ଦାବିକୁ ନେଇ ରାଜନୀତିରେ ହଇଚଇ

ଚେନ୍ନାଇ,୨।୯: ତାମିଲନାଡୁର ରାଜନୀତିରେ ଏବେ ଥଲାପତି ବିଜୟଙ୍କୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ସତ୍ତାରୂଢ଼ ଟିଭିକେ (TVK)ର ନେତା ଓ ମନ୍ତ୍ରୀମାନେ ବିଜୟଙ୍କୁ ୨୦୨୯ରେ ପ୍ରଧାନମନ୍ତ୍ରୀ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri